ଶିଳ୍ପନଗରୀରୁ ମାୟାନଗରୀକୁ ଉଡ଼ିଲା ଇଣ୍ଡିଗୋ ବିମାନ

ଝାରସୁଗୁଡ଼ା: ଝାରସୁଗୁଡ଼ା- ମୁମ୍ବାଇ ସେକ୍ଟରରେ ବିମାନସେବା ଆଜିଠାରୁ ଆରମ୍ଭ ହୋଇଛି। ଶିଳ୍ପନଗରୀ ଝାରସୁଗୁଡ଼ା ସହ ମାୟାନଗରୀ ମୁମ୍ବାଇ ସିଧାସଳଖ ଆକାଶ ପଥରେ ଯୋଡ଼ି ହୋଇଛି ବିମାନସେବା । ସପ୍ତାହର ସବୁଦିନ ବିମାନ ଚଳାଚଳ କରିବ ସୂଚନାନୁସାରେ ମୁମ୍ବାଇ ବିମାନବନ୍ଦରରୁ ପୂର୍ବାହ୍ନ ୧୦ଟା ୫୫ରେ ବିମାନ ଉଡ଼ାଣ ଭରି ଝାରସୁଗୁଡ଼ାରେ ଅପରାହ୍ନ ୧ଟାରେ ପହଞ୍ଚିବ। ସେହିପରି ଝାରସୁଗୁଡ଼ାରୁ ଅପରାହ୍ନ ୨ଟାରେ ପ୍ରତ୍ୟାବର୍ତ୍ତନ କରି ଅପରାହ୍ନ ୪ଟା ୧୫ରେ ମୁମ୍ବାଇରେ ପହଞ୍ଚିବ। ଇଣ୍ଡିଗୋର ଏୟାର ବସ୍-୩୨୦ ବିମାନ ଏହି ରୁଟ୍‌ରେ ଚଳାଚଳ କରିବ। ପ୍ରାୟ ୧୮୦ ଯାତ୍ରୀ ସୁବିଧାରେ ଯାତ୍ରା କରିପାରିବେ। ବିମାନସେବାକୁ ନେଇ ସମର ସିଡ୍ୟୁଲ୍ ପ୍ରକାଶ ପାଇ ନଥିବା ବେଳେ ଆଗକୁ ସମୟ ସାରଣୀରେ ପରିବର୍ତ୍ତନ ସମ୍ଭାବନା ରହିଛି।ପ୍ରକାଶଯୋଗ୍ୟ ଝାରସୁଗୁଡ଼ା ସହ ଦେଶର ପ୍ରମୁଖ ମେଟ୍ରୋ ସିଟି ଆକାଶମାର୍ଗରେ ଯୋଡ଼ି ହୋଇଛି ଏହି ବିମାନ। ରାଜଧାନୀ ଦିଲ୍ଲୀ, ଏଂବ କୋଲକାତା, ବେଙ୍ଗାଲୁରୁକୁ ଇଣ୍ଡିଗୋର ବିମାନସେବା ଜାରି ରହିଛି। ସେହିପରି ଷ୍ଟାର ଏୟାର ପକ୍ଷରୁ ହାଇଦ୍ରାବାଦ, ରାୟପୁର ଏବଂ ଲକ୍ଷ୍ନୌକୁ ବିମାନସେବା ଆରମ୍ଭ ହୋଇଛି। ଏୟାର ପକ୍ଷରୁ ଭୁବନେଶ୍ୱର- ଝାରସୁଗୁଡ଼ା ମଧ୍ୟରେ ବିମାନ ସେବା ସପ୍ତାହକୁ ତିନି ଦିନ ଜାରି ରହିଛି।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a reply

  • Default Comments (0)
  • Facebook Comments

Your email address will not be published. Required fields are marked *