SRIKRISHNA BIRTHDAY

  • ଆଜି ପବିତ୍ର ଜନ୍ମାଷ୍ଟମୀ

    ଆଜି ପବିତ୍ର ଜନ୍ମାଷ୍ଟମୀ। ଭାଦ୍ରବ ମାସ କୃଷ୍ଣପକ୍ଷ ଅଷ୍ଟମୀ ତିଥିରେ ପାଳନ ହୁଏ ପ୍ରଭୁ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ। ତେବେ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ ନେଇ ପୁରପଲ୍ଲୀ ସମେତ ଚାରିଆଡେ ଉତ୍ସବମୁଖର ହୋଇଉଠିଛି। ଦ୍ୱାପର ଯୁଗରେ କଂସକୁ ବଧ କରିବା ପାଇଁ ଆଜିର ଦିନରେ ଜନ୍ମଗ୍ରହଣ କରିଥିଲେ ଭଗବାନ କୃଷ୍ଣ। ସେପଟେ ଶ୍ରୀମନ୍ଦିରରେ ସଂନ୍ଧ୍ୟାଧୂପ ଶେଷ ହେବା ପରେ ଶ୍ରୀକୃଷ୍ଣଙ୍କ ଜନ୍ମନୀତି ଅନୁଷ୍ଠିତ ହେବ। ଗତକାଲି ପ୍ରସବ ଯନ୍ତ୍ରଣାରୁ ମୁକ୍ତି ପାଇବା ପାଇଁ ଯେଉଡ ଭୋଗ ସହ ଗର୍ଭଉଦକ ବନ୍ଦାପନା କରାଯାଇଥିଲା। ଆଜି ମହାଜନ ସେବକଙ୍କ ଦ୍ଵାରା ଶ୍ରୀକୃଷ୍ଣ ଜନ୍ମନୀତି ଅନୁଷ୍ଠିତ ହେବ। ଦେବକୀ ଓ ବସୁଦେବ ବେଶରେ ଜନ୍ମ ଚକଡାରେ ନିଶାର୍ଦ୍ଧରେ ପ୍ରଭୁ କୃଷ୍ଣ ଜନ୍ମ ନେବେ । ଆଜି ସନ୍ଧ୍ୟା ୭ଟା ରୁ ରାତ୍ର ୧୧ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ । ଅନ୍ୟପକ୍ଷରେ ଶ୍ରୀମନ୍ଦିର ସହ ଜଡିତ ବିଭିନ୍ନ ମଠମାନଙ୍କରେ ରାତିରେ ଶ୍ରୀକୃଷ୍ଣ ଜନ୍ମନୀତି ଅନୁଷ୍ଠିତ ହେବ। ଦୁଇଜଣ ମହାଜନ ସେବକ ଦେବକୀ ଓ ବସୁଦେବ ଚରିତ୍ର ହୋଇ ଏହି ଜନ୍ମନୀତି ପାଳନ କରିବେ। ସେହିପରି ଜଗମୋହନ ନିକଟରେ ଏକ ଦୋଳିରେ ମଦନମୋହନଙ୍କୁ ରଖାଯାଇ ଶ୍ରୀକୃଷ୍ଣ ଜନ୍ମନୀତି ଶେଷ କରାଯିବ। ସେହିପରି ଉତ୍ତରପ୍ରଦେଶର ମଥୁରାରେ ପ୍ରଭୁ ଶ୍ରୀକୃଷ୍ଣ ଜନ୍ମଗ୍ରହଣ କରିଥିବାରୁ ଏଠାରେ ବେଶ ଆନନ୍ଦ ଉଲ୍ଲାସରେ ପାଳନ ହୋଇଥାଏ ଶ୍ରୀକୃଷ୍ଣଙ୍କ ଜନ୍ମୋତ୍ସବ। ୭ଦିନ ବ୍ୟାପୀ ଏହି ଉତ୍ସବ ପାଳନ ହେବ।

Back to top button