sunia

  • ସୁନିଆଁରେ ଗଜପତିଙ୍କ ଦେବାର୍ଚ୍ଚନା

    ପୁରୀ:   ଆଜି ପବିତ୍ର ସୁନିଆଁ । ଆଜିଠାରୁ ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କର 1430 ସାଲ 65 ଅଙ୍କର ପ୍ରବେଶ ହୋଇଛି। ଏହି ଅବସରରେ ଆଜି ସନ୍ଧ୍ୟାରେ ପୁରୀ ଗଜପତିଙ୍କ ଶ୍ରୀନଅରରେ ସୁନିଆଁ ଉତ୍ସବ ପାଳିତ ହେବ ।

    ସୁନିଆଁରେ ଜାତକ ଓ ପାଞ୍ଜି ଅଙ୍କ ଗଣନାର ରହିଛି ବିଶେଷ ମହତ୍ୱ। ସୁନିଆଁ ଅବସରରେ ଶ୍ରୀନଅର ପ୍ରାଙ୍ଗଣରେ ଥିବା କନକ ଦୂର୍ଗାଙ୍କ ମନ୍ଦିରରେ ବିଶେଷ ପୂଜାର୍ଚ୍ଚନା କରାଯିବ । କନକଦୂର୍ଗା, ଶ୍ୟାମାକାଳୀ, ରାଧାକୃଷ୍ଣ ,ନୃସିଂହ ଆଦି ଦେବା ଦେବୀଙ୍କୁ ପୂଜାର୍ଚ୍ଚନା କରିବେ ଗଜପତି ମହାରାଜ ।

    ଗଜପତିଙ୍କର ଏହି ପୂଜାକୁ ଦେବାର୍ଚ୍ଚନା କୁହାଯାଏ। ଦେବାର୍ଚ୍ଚନା ଓ ମଙ୍ଗଳାର୍ପଣ ପରେ ଶ୍ରୀନଅରରେ ସୁନିଆଁର ବିଶେଷ ପର୍ବ ଆରମ୍ଭ ହେବ । ଗଜପତିଙ୍କ ଉପସ୍ଥିତିରେ ଶ୍ରୀନଅରରେ ଅଙ୍କ କଟା ନୀତି ସମ୍ପାଦନ କରାଯିବ । ଏହି ଅବସରରେ ଶ୍ରୀନଅର ପକ୍ଷରୁ ନୂତନ ଅଙ୍କ ପାଇଁ ଏକ ସ୍ୱର୍ଣ୍ଣ ମୁଦ୍ରା ପ୍ରଚଳନ କରାଯିବ ।  ରାଜଗୁରୁଙ୍କ ଉପସ୍ଥିତିରେ ବରାହ ନୃସିଂହ, ଲକ୍ଷ୍ମୀ ନୃସିଂହ ଆଦି ଦେବା ଦେବୀଙ୍କ ଚିହ୍ନ ଥିବା ମୁଦ୍ରାକୁ ନଅର କରଣ ପ୍ରଚଳନ କରାଇବା ସହ ଗଜପତି ମହାରାଜ ଏହାକୁ ଘୋଷଣା କରିବେ ।

Back to top button