ଅବିଭାଗିକୃତ
ଗୁଣି ଗାରେଡ଼ି ସନ୍ଦେହରେ ହତ୍ୟା

କେନ୍ଦୁଝର: ଗୁଣି ଗାରେଡ଼ି ସନ୍ଦେହରେ ଦମ୍ପତିଙ୍କୁ ନୃଶଂସ ହତ୍ୟା ଅଭିଯୋଗ। କେନ୍ଦୁଝର ଜିଲ୍ଲା ଦୈତାରି ଥାନା ଅନ୍ତର୍ଗତ ରାସୋଳ ଝୁମୁକିପାଟିଆ ସାହିରେ ବିଳମ୍ବିତ ରାତିରେ ସ୍ବାମୀ ଓ ସ୍ତ୍ରୀଙ୍କୁ ଧାରୁଆ ଅସ୍ତ୍ରରେ ହାଣି ହତ୍ୟା କରିଛନ୍ତି ଦୁର୍ବୃତ୍ତ। ମୃତକ ହେଲେ ବାହାଡା ମୁର୍ମୁ ଓ ଧାନୀ ମୁର୍ମୁ। ଘଟଣାସ୍ଥଳରେ ହରିଚନ୍ଦନପୁର ଓ ଦୈତାରୀ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି। ତେବେ ହତ୍ୟାକାଣ୍ଡର କାରଣ ଅସ୍ପଷ୍ଟ ରହିଥିବା ବେଳେ ଗୁଣିଗାରେଡି ସନ୍ଦେହରେ ହତ୍ୟା ହୋଇଥିବା ସନ୍ଦେହ କରାଯାଉଛି। ବାହାଡ଼ା ମୁର୍ମୁ ଗାଁ ଶାଳରେ ପୂଜାପାଠ କରୁଥିଲେ। ଏହାକୁ ନେଇ କେହି ଦୁର୍ବୃତ୍ତ ତାଙ୍କୁ ଗୁଣି ଗାରେଡ଼ି ସନ୍ଦେହରେ ହତ୍ୟା କରିଥିବା ନେଇ ଗ୍ରାମବାସୀ ସନ୍ଦେହ ପ୍ରକାଶ କରିଛନ୍ତି। ପୋଲିସ, ସାଇଣ୍ଟିଫିକ୍ ଟିମ୍ ସହାୟତାରେ ତଦନ୍ତ ଆରମ୍ଭ କରିଛି।