ଅବିଭାଗିକୃତପୁରୀ

ରାଷ୍ଟ୍ରୀୟ ଆଦର୍ଶ ବେଦ ବିଦ୍ୟାଳୟ ଲୋକାର୍ପଣ

ପୁରୀ: ପୁରୀ ସ୍ଥିତ କେନ୍ଦ୍ରୀୟ ସଂସ୍କୃତ ବିଶ୍ୱବିଦ୍ୟାଳୟର ଶ୍ରୀସଦାଶିବ କ୍ୟାମ୍ପସ ପରିସରରେ ଦେଶର ଦ୍ୱିତୀୟ ‘ରାଷ୍ଟ୍ରୀୟ ଆଦର୍ଶ ବେଦ ବିଦ୍ୟାଳୟ’ର ଲୋକାର୍ପଣ ହେବାକୁ ଯାଉଛି। କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଏବଂ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହାର ଲୋକାର୍ପଣ କରିବେ। ଏଥିସହିତ ଏହି କ୍ୟାମ୍ପସ ପରିସରରେ କେନ୍ଦ୍ରମନ୍ତ୍ରୀଙ୍କ ଦ୍ୱାରା ହିନ୍ଦୁ ଅଧ୍ୟୟନ କେନ୍ଦ୍ରର ଉଦଘାଟନ ସହ ସଂସ୍କୃତ ଭାଷାର ପ୍ରଚାର ପ୍ରସାର ପାଇଁ ଉଦ୍ଦିଷ୍ଟ କେନ୍ଦ୍ରୀୟ ଯୋଜନା ଗୁଡ଼ିକର ଲୋକାର୍ପଣ କରିବାର କାର୍ଯ୍ୟକ୍ରମ ରହିଛି। କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସକାଳ ଜଗାଦର୍ଶନ କରିଛନ୍ତି। କେନ୍ଦ୍ରିୟ ସଂସ୍କୃତ ବିଶ୍ୱବିଦ୍ୟାଳୟ ପରିସରରେ ପହଞ୍ଚୀ ଲୋକାର୍ପଣ କାର୍ଯ୍ୟକ୍ରମରେ ଯୋଗଦେବେ। ଲୋକାର୍ପଣ କାର୍ଯ୍ୟକ୍ରମ ପରେ  ବଡଦାଣ୍ଡର ପ୍ରସ୍ତାବିତ ସ୍ଥାନ ପରିଦର୍ଶନ କରିବେ । ସମସ୍ତ ବେଦ ଗୁଡ଼ିକର ଉଚ୍ଚ ଅଧ୍ୟୟନ, ଭାରତୀୟ ଜ୍ଞାନ ପ୍ରଣାଳୀ, ରାଷ୍ଟ୍ରୀୟ ଶିକ୍ଷା ନୀତି -୨୦୨୦କୁ ଆଗେଇ ନେବା ଦିଗରେ ଓଡ଼ିଶା ପାଇଁ ଆସନ୍ତାକଲି ଏକ ମହତ୍ୱପୂର୍ଣ୍ଣ ଦିନ । ଶ୍ରୀଯୁକ୍ତ ପ୍ରଧାନ ଦୀର୍ଘଦିନ ଧରି ଏହି ଶିକ୍ଷାନୀତି କୁ ଆଗେଇ ନେବାପାଇଁ କାର୍ଯ୍ୟ କରି ଆସିଛନ୍ତି । ଯାହାଫଳରେ ଆଜି ଏଭଳି ଏକ ପ୍ରତିଷ୍ଠାନ ଆରମ୍ଭ  ହେବାକୁ ଯାଉଛି। ଛାତ୍ର ମାନଙ୍କୁ ବେଦ ଅଭ୍ୟାସ ସହିତ ସଂସ୍କୃତ, ଯୋଗ, ବିଜ୍ଞାନ, ଗଣିତ, ବୈଦିକ ଗଣିତ, ସାମାଜିକ ବିଜ୍ଞାନ, ଇଂରାଜୀ ଭାଷା, କମ୍ପ୍ୟୁଟର, କୃଷି ବିଦ୍ୟା ଭଳି ବିଷୟରେ ଅଧ୍ୟୟନ ଅଭ୍ୟାସ କରାଯିବା ଏହି କେନ୍ଦ୍ରର ମୂଳଲକ୍ଷ୍ ରହିବ। ଏହା ସହ କୌଶଳ ଉପରେ ଆଧାରିତ ବିଭିନ୍ନ ପାଠ୍ୟକ୍ରମ ଆରମ୍ଭ କରିବାର ଲକ୍ଷ୍ୟ ରଖାଯାଇଛି ।

Related Articles

Leave a Reply

Your email address will not be published.

Back to top button