ଅବିଭାଗିକୃତଓଡ଼ିଶାରାଜନୀତି

ପୁରୀ ରେ ପାଣ୍ଡିଆନ୍

ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ଭି.କେ ପାଣ୍ଡିଆନ୍ ଓ ବିଜେଡି ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ନେଇ ସୁପ୍ରିମକୋର୍ଟର ରାୟ ପରେ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି l ଭି. କେ ପାଣ୍ଡିଆନ୍ ଓ ପ୍ରଣବ ପ୍ରକାଶ ଦାସ ଶ୍ରୀମନ୍ଦିର ଯାଇ ମହାପ୍ରଭୁଙ୍କ ଦର୍ଶନ କରିବା ସହ ଆଶିଷ ଭିକ୍ଷା କରିଥିଲେ ।‌ଆଜି ସିଂହଦ୍ଵାର ଠାରେ ପହଞ୍ଚିବା ପରେ ତାଙ୍କୁ ଜିଲ୍ଲାପାଳ, ଏସପି ଓ ଶ୍ରୀମନ୍ଦିର ପରିଚାଳନା କମିଟିର ସଦସ୍ୟ ଓ ସେବାୟତ ପ୍ରତିନିଧି ମାନେ ସ୍ବାଗତ କରିଥିଲେ ।ସୁପ୍ରିମକୋର୍ଟଙ୍କ ରାୟ ସରକାରଙ୍କ ସପକ୍ଷରେ ଯାଇଥିବାରୁ ସମସ୍ତେ ଖୁସି ବ୍ୟକ୍ତ କରିଥିଲେ ।

ମହାପ୍ରଭୁଙ୍କ ମାର୍ଗ ଦର୍ଶକରେ ହିଁ ସମସ୍ତ କାର୍ଯ୍ୟ ହେଉଛି। ଭକ୍ତର ହେଉଛନ୍ତି ଭଗବାନ। ଭକ୍ତଙ୍କ ପାଇଁ ପରିକ୍ରମା ପ୍ରକଳ୍ପ ନିର୍ମାଣ କାର୍ଯ୍ୟ କରାଯାଉଛି ଓ ଖୁବଶୀଘ୍ର ଏହା ସମ୍ପୂର୍ଣ୍ଣ ହେବ ବୋଲି ବିଜେଡି ରାଜ୍ୟ ସାଙ୍ଗଠନିକ ସମ୍ପାଦକ ପ୍ରଣବ ପ୍ରକାଶ ଦାସ ମହାପ୍ରଭୁଙ୍କ ଦର୍ଶନ ପରେ କହିଛନ୍ତି ।

Related Articles

Leave a Reply

Your email address will not be published.

Back to top button