କୁପୱାଡ଼ାରେ ଏନକାଉଣ୍ଟରରେ ୫ ଆତଙ୍କବାଦୀ ନିହତ

Spread the love

ଶ୍ରୀନଗର : ଜମ୍ମୁ ଓ କଶ୍ମୀରର କୁପୱାଡ଼ା ଜିଲ୍ଲାରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ ୫ ଜଣ ଆତଙ୍କବାଦୀ ନିହତ ହୋଇଛନ୍ତି । ଆଜି ଭୋର ସମୟରେ ଭାରତୀୟ ସେନା ଏବଂ ଜମ୍ମୁ ଓ କଶ୍ମୀର ପୁଲିସ ପକ୍ଷରୁ ମିଳିତ ଭାବେ ନିୟନ୍ତ୍ରଣ ରେଖା ନିକଟରେ ଜୁମାଗୁଣ୍ଡ ଅଞ୍ଚଳରେ ଏହି ଏନକାଉଣ୍ଟର କରାଯାଇଥିଲା ।

ଉକ୍ତ ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ରହିଥିବା ନେଇ ଖବର ପାଇବା ପରେ ସେଠାରେ ସେନା ଓ ରାଜ୍ୟ ପୁଲିସ ପକ୍ଷରୁ ମିଳିତ ଅପରେସନ କରାଯାଇଥିଲା । ଏହି ଅପରେସନ ବେଳେ ଆତଙ୍କବାଦୀଙ୍କ ସହିତ ସେମାନଙ୍କର ଗୁଳିବିନିମୟ ହୋଇଥିଲା । ବର୍ତମାନ ସେଠାରେ ସର୍ଚ୍ଚ ଅପରେସନ୍ ଜାରି ରହିଛି ।

Leave a Reply

Your email address will not be published. Required fields are marked *