ଆଇପିଏସ ଆଶିଷ ସିଂଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ…

Spread the love

ଆଇପିଏସ ଆଶିଷ ସିଂଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦେଇଛନ୍ତି ଭାରତୀୟ ନିର୍ବାଚନ କମିସନ। ସ୍ୱାସ୍ଥ୍ୟକୁ ନେଇ ଆଶିଷ ସିଂହ ଭୁଲ ତଥ୍ୟ ଦେଇଥିବାରୁ ଇସିଆଇ କାର୍ଯ୍ୟାନୁଷ୍ଠାନ ନିର୍ଦ୍ଦେଶ ଦେଇଛନ୍ତି। ଆଇପିଏସ ଆଶିଷ ସିଂଙ୍କ ମେଡିକାଲ ଯାଂଚ ପାଇଁ ଗଠିତ ଏମ୍ସ ମେଡିକାଲ ବୋର୍ଡର ରିପୋର୍ଟ ଆସିବା ପରେ ଏହି ନିର୍ଦ୍ଦେଶ ଦିଆଯାଇଛି। ଏମସ ମେଡିକାଲ ବୋର୍ଡର ରିପୋର୍ଟ ଅନୁସାରେ ଆଶିଷ ସିଂ ମାନସିକ ଓ ଶାରିରୀକ ଭାବେ ସୁସ୍ଥ ଅଛନ୍ତି। ପୂର୍ବରୁ ନିର୍ବାଚନ ସମୟରେ ଅସୁସ୍ଥତା କାରଣ ଦର୍ଶାଇ ଛୁଟିରେ ଯାଇଥିଲେ ଆଶିଷ ସିଂ । ଛୁଟିରେ ଯାଇ ସେ ନିର୍ବାଚନରେ ବିଜେଡିକୁ ସହଯୋଗ କରୁଥିବା ଅଭିଯୋଗ ହୋଇଥିଲା । ନିଲମ୍ବନ ହଟିବା ପରେ ଆଗାମୀ ପୋଷ୍ଟିଂ ପାଇଁ ମୁଖ୍ୟ ଶାସନ ସଚିବଙ୍କୁ ରିପୋର୍ଟ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ନିର୍ବାଚନ କମିଶନ । ତେବେ ତାଙ୍କ ବିରୋଧରେ ବିଭାଗୀୟ ତଦନ୍ତ ଚାଲିବ ବୋଲି ନିର୍ଦ୍ଦେଶ ଦେଇଛନ୍ତି ଇସିଆଇ ।

Leave a Reply

Your email address will not be published. Required fields are marked *