ଡିପଥେରିଆ ସଂକ୍ରମଣ ରୋକିବାକୁ ଟିକା ଉପରେ ଗୁରୁତ୍ୱ…

Spread the love

ଓଡ଼ିଶାରେ ସଂକ୍ରମଣର ରୂପ ନେଉଛି ଡିପଥେରିଆ। ଗୋଟିଏ ପରେ ଗୋଟିଏ ଜିଲ୍ଲାକୁ ମାଡ଼ି ଚାଲିଛି ରୋଗ। ରାୟଗଡ଼ା ପରେ ବର୍ତ୍ତମାନ କୋରାପୁଟ ଓ କଳାହାଣ୍ଡି ଜିଲ୍ଲାକୁ ଏହି ରୋଗ ମାଡ଼ି ଗଲାଣି। ଏବେ ସୁଦ୍ଧା ୫ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୨୧ ଜଣ ସଂକ୍ରମିତ ଚିହ୍ନଟ ହେଲେଣି। ତେବେ ଡିପଥେରିଆ ସଂକ୍ରମଣ ବଢ଼ିବା ପରେ ସ୍ୱାସ୍ଥ୍ୟ ବିଭାଗର ବଡ଼ ପଦକ୍ଷେପ । ରାୟଗଡ଼ା କାଶୀପୁରରେ ଆଜିଠୁ ଦିଆଯିବ ବୁଷ୍ଟର ଡୋଜ । ଏକ ବର୍ଷ ବୟସ କିମ୍ବା ତାଠାରୁ କମ ବୟସର ଶିଶୁଙ୍କୁ ପେଣ୍ଟା ଡୋଜ ଦିଆଯିବ । ସେହିପରି ୫ରୁ ୧୫ ବର୍ଷ ବୟସ୍କଙ୍କୁ ଦିଆଯିବ ଟିଡି ଡୋଜ୍ । ଏନେଇ ସ୍ୱାସ୍ଥ୍ୟ ପରିବାର କଲ୍ୟାଣ ନିର୍ଦ୍ଦେଶିକା ଡାକ୍ତର ସଂଯୁକ୍ତା ସାହୁ ସୂଚନା ଦେଇଛନ୍ତି । ସଂକ୍ରମିତ ଅଞ୍ଚଳବାସୀଙ୍କୁ ମାସ୍କ ପିନ୍ଧିବାକୁ ଜନସ୍ବାସ୍ଥ୍ୟ ନିର୍ଦ୍ଦେଶକ ଅନୁରୋଧ କରିଛନ୍ତି।

Leave a Reply

Your email address will not be published. Required fields are marked *