କାଶ୍ମୀରର କୁଲଗାମରେ ଏନକାଉଣ୍ଟର, ଜଣେ ଆତଙ୍କବାଦୀ ନିପାତ

Spread the love

ଶ୍ରୀନଗର : ଜାମ୍ମୁ କାଶ୍ମୀରର କୁଲଗାମ ଜିଲ୍ଲାର ହୁବରା ଅଞ୍ଚଳରେ ଏକ ସୁରକ୍ଷାବଳ ଓ ଆତଙ୍କବାଦୀ ମାନଙ୍କ ମଧ୍ୟରେ ଏନକାଉଣ୍ଟର ହୋଇଛି । ଏହି ଏନକାଉଣ୍ଟରରେ ଜଣେ ଆତଙ୍କବାଦୀର ମୃତ୍ୟୁ ଘଟିଥିବା ଜଣା ପଡିଛି । ଏଥିରେ ସୁରକ୍ଷାବଳର ଜଣେ ଜବାନ ଆହତ ହୋଇଛନ୍ତି । ତାଙ୍କୁ ସଙ୍ଗେ ସଙ୍ଗେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

ଜଣେ ବରିଷ୍ଠ ଅଧିକାରୀ ଏ ସମ୍ପର୍କରେ ସୂଚନା ଦେଇ କହିଛନ୍ତି ଯେ, ହୁବରା ଗାଁରେ ଆତଙ୍କବାଦୀ ମାନେ ଲୁଚି ରହିଥିବାର ସୂଚନା ମିଳିବା ପରେ ଏହି ଅପରେସନ ଆରମ୍ଭ ହୋଇଥିଲା ।

Leave a Reply

Your email address will not be published. Required fields are marked *