ଗଞ୍ଜାମ ଦୁର୍ଘଟଣାରେ ଦୁଃଖ ପ୍ରକାଶ କଲେ ପ୍ରଧାନମନ୍ତ୍ରୀ, ପରିବାରବର୍ଗଙ୍କୁ 2 ଲକ୍ଷ ଟଙ୍କା ଅନୁକମ୍ପାମୂଳକ ସହାୟତା ଘୋଷଣା

Spread the love

ଭୁବନେଶ୍ୱର : ଗଞ୍ଜାମ ଜିଲ୍ଲାରେ ଘଟିଥିବା ମର୍ମନ୍ତୁଦ ବସ ଦୁର୍ଘଟଣାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗଭୀର ଦୁଃଖ ପ୍ରକାଶ କରିଛନ୍ତି ।

ପ୍ରଧାନମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ଟ୍ୱିଟ କରି କୁହା ଯାଇଛି ଯେ, ଓଡ଼ିଶାର ଗଞ୍ଜାମ ଜିଲ୍ଲାରେ ଘଟିଥିବା ମର୍ମନ୍ତୁଦ ବସ ଦୁର୍ଘଟଣାରେ ମୁଁ ମର୍ମାହତ । ମୃତକଙ୍କ ପରିବାର ବର୍ଗଙ୍କୁ ସମବେଦନା ଜଣାଉଛି । ଆହତଙ୍କ ଆଶୁ ଆରୋଗ୍ୟ କାମନା କରୁଛି । ପ୍ରଧାନମନ୍ତ୍ରୀ ରାଷ୍ଟ୍ରୀୟ ରିଲିଫ୍ ପାଣ୍ଠିରୁ ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଅନୁକମ୍ପା ମୂଳକ ସହାୟତା ରାଶି ପ୍ରଦାନ କରାଯିବ । ଆହତ ମାନଙ୍କୁ ୫୦ ହଜାର ଟଙ୍କାର ସହାୟତା ରାଶି ଯୋଗାଇ ଦିଆଯିବ : ପ୍ରଧାନମନ୍ତ୍ରୀ

Leave a Reply

Your email address will not be published. Required fields are marked *