ମର୍ମନ୍ତୁଦ ଦୁର୍ଘଟଣା

Spread the love

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ଜିଲ୍ଲା ଚଢେଇଖିଆ ନିକଟରେ ମର୍ମନ୍ତୁଦ ଦୁର୍ଘଟଣା। ଭାରସାମ୍ୟ ହରାଇ ଏକ ବାଇକ୍ ରାସ୍ତାତଳକୁ ଖସି ପଡିଛି। ଫଳରେ  ଘଟଣାରେ ୩ ଜଣ ଆହତ ହୋଇଛନ୍ତି।  ସ୍ଥାନୀୟ ଲୋକ ୩ ଜଣଙ୍କୁ ଉଦ୍ଧାର କରି ରାଜକନିକା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ। ହେଲେ  ଡାକ୍ତର ଜଣଙ୍କୁ  ମୃତ ଘୋଷଣା କରିଛନ୍ତି। ଅନ୍ୟ ଦୁଇ ଜଣଙ୍କ ଅବସ୍ଥା ସଙ୍କଟାପର୍ଣ୍ଣ ଥିବାରୁ ସେମାନଙ୍କୁ କଟକ ବଡ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।  ସେଠାରେ ଆଉ ଜଣେ ଯୁବକଙ୍କର ମୃତ୍ୟୁ ଘଟିଥିବା ସୂଚନା ମିଳିଛି।

Leave a Reply

Your email address will not be published. Required fields are marked *