ଆଇଆଇଏମ୍ ଜମ୍ମୁର ‘ଷଷ୍ଠ ବାର୍ଷିକ ଦୀକ୍ଷାନ୍ତ ସମାରୋହ’

Spread the love

ନୂଆଦିଲ୍ଲୀ : ଆମର ଯୁବବର୍ଗଙ୍କୁ ନିଯୁକ୍ତି ଅନ୍ୱେଷଣ କିମ୍ବା ନିଯୁକ୍ତି ଦାତା ନୁହେଁ ବରଂ ଓ୍ୱେଲଥ୍ କ୍ରିଏଟର ହେବାକୁ ପଡିବ । ଅର୍ଥାତ୍ ଦେଶରେ ସମ୍ପନ୍ନତା ଆଣିବା ପାଇଁ ସମସ୍ତେ ଉଦ୍ୟମ କରିବା ଦରକାର ବୋଲି ଶୁକ୍ରବାର ଆଇଆଇଏମ ଜାମ୍ମୁର ‘ଷଷ୍ଠ ବାର୍ଷିକ ଦୀକ୍ଷାନ୍ତ’ ସମାରୋହରେ ଯୋଗଦେଇ କହିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା ବିକାଶ ଓ ଉଦ୍ୟମିତା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ।

ଏହି ଅବସରରେ ଡିଗ୍ରୀ ଓ ମେଡାଲ ପାଇଥିବା ସମସ୍ତ ୨୨୫ ଜଣ ବିଦ୍ୟାର୍ଥୀଙ୍କୁ ଶ୍ରୀ ପ୍ରଧାନ ଅଭିନନ୍ଦନ ଜଣାଇବା ସହ ସମସ୍ତ ଛାତ୍ରଛାତ୍ରୀଙ୍କ ଉଜ୍ଜ୍ୱଳ ଭବିଷ୍ୟତ କାମନା କରୁଛି । ଆଗାମୀ ଦିନ ମାନଙ୍କରେ ଦେଶ ଓ ଦୁନିଆ ପ୍ରତି ତାଙ୍କର ଥିବା ଦାୟିତ୍ୱ ଉପରେ ଶ୍ରୀ ପ୍ରଧାନ ଚର୍ଚ୍ଚା କରିଥିଲେ । ସେ କହିଛନ୍ତି ଆମର ବିଶ୍ୱ ଏକ ଗାଁ, ଏକ ପରିବାର ହୋଇସାରିଛି । ଆମର ଯୁବକଙ୍କ ଉପରେ ଦେଶ ଏବଂ ଦୁନିଆର କଲ୍ୟାଣ କରିବାର ଦାୟିତ୍ୱ ନ୍ୟସ୍ତ ରହିଛି ।

ପ୍ରଧାନମନ୍ତ୍ରୀ ମୋଦି ଲାଲକିଲାରୁ କହିଥିଲେ ଯେ ପ୍ରଥମେ ପାଠପଢା, ଭଲ ଚାକିରି ଏବଂ ଉତ୍ତମ ଜୀବନ ଶୈଳୀ ହେବା ଦରକାର । ତେବେ ଆମର ଯୁବବର୍ଗଙ୍କୁ ନିଯୁକ୍ତି ଅନ୍ୱେଷଣ କିମ୍ବା ନିଯୁକ୍ତି ଦାତା ନୁହେଁ ଓ୍ୱେଲ୍ଥ କ୍ରିଏଟର ହେବାକୁ ପଡିବ । ତେବେ ଯାଇଁ ଦେଶରେ ସମ୍ପନ୍ନତା ବଢିବ । ଜାତୀୟ ଶିକ୍ଷା ନୀତି ଆମର ବ୍ୟକ୍ତିଗତ ଜ୍ଞାନକୁ ବଢାଇବା ସହ ଭବିଷ୍ୟତକୁ ମଧ୍ୟ ସୁରକ୍ଷିତ କରିବ । ଡିଜିଟାଲ ବିପ୍ଳବ ଏବଂ ଶିଳ୍ପ ବିଳ୍ପବ ୪.୦ ଭଳି ପରିବର୍ତ୍ତନ ନୂଆ ନୂଆ ସୁଯୋଗ ଓ ଚ୍ୟାଲେଞ୍ଜ୍ ତିଆରି କରୁଛି ବୋଲି କେନ୍ଦ୍ର ଶିକ୍ଷା ମନ୍ତ୍ରୀ କହିଛନ୍ତି।

ଏହି କାର୍ଯ୍ୟକ୍ରମରେ ଜାମ୍ମୁ-କାଶ୍ମିରରେ ଉପରାଜ୍ୟପାଳ ମନୋଜ ସିହ୍ନା ଏବଂ କେନ୍ଦ୍ରୀୟ ରାଷ୍ଟ୍ରମନ୍ତ୍ରୀ ଡା. ଜିତେନ୍ଦ୍ର ସିଂହ ଯୋଗଦେଇ ଦୀକ୍ଷାନ୍ତ ସମାରୋହକୁ ସମ୍ବୋଧିତ କରିଥିଲେ । ଏହାବ୍ୟତିତ ଶ୍ରୀ ପ୍ରଧାନ ଆଇଆଇଟି ଜମ୍ମୁ, ଆଇଆଇଏମ ଜମ୍ମୁ, ଏନଆଇଟି ଶ୍ରୀନଗର, ସେଣ୍ଟରାଲ ୟୁନିଭର୍ସିଟି ଅଫ୍ କାଶ୍ମିର ଏବଂ ସେଣ୍ଟରାଲ୍ ୟୁନିଭର୍ସିଟି ଅଫ୍ ଜମ୍ମୁର ସାମଗ୍ରିକ ଭିତ୍ତିଭୂମି ଓ ଆଗାମୀ ଦିନର କାର୍ଯ୍ୟ ଉପରେ ସମୀକ୍ଷା କରିଥିଲେ । ଶିକ୍ଷା, ଦକ୍ଷତା ବିକାଶ, ନିଯୁକ୍ତି କ୍ଷେତ୍ରରେ ଜମ୍ମୁ-କାଶ୍ମିରର ଯୁବକଙ୍କ ପାଇଁ ଥିବା ସୁଯୋଗ ଉପରେ ବୈଠକରେ ଆଲୋଚନା ହୋଇଥିଲା।

Leave a Reply

Your email address will not be published. Required fields are marked *