ନେପାଳର ପ୍ରଧାନମନ୍ତ୍ରୀ ପ୍ରଚଣ୍ଡଙ୍କ ଚାରି ଦିନିଆ ଭାରତ ଗସ୍ତ 31 ମଇରୁ

Spread the love

ନୂଆଦିଲ୍ଲୀ : ନେପାଳର ପ୍ରଧାନମନ୍ତ୍ରୀ ପୁଷ୍ପକମଲ ଦହାଲ ପ୍ରଚଣ୍ଡ ଆଗାମୀ 31 ମାର୍ଚ ରୁ ଚାରି ଦିନିଆ ଭାରତ ଗସ୍ତରେ ଆସିବେ । ଏହି ଅବସରରେ ସେ ପ୍ରଧାନମନ୍ତ୍ରୀ ନରେନ୍ର୍) ମୋଦୀଙ୍କ ସହିତ ଉଚ୍ଚସ୍ତରୀୟ ବୈଠକ କରିବେ । ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ଶନିବାର ଦିନ ଏହି ସୂଚନା ପ୍ରଦାନ କରାଯାଇଛି ।

ବୈଦେଶିକ ମନ୍ତ୍ରଣାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ 2022 ମସିହା ଡିସେମ୍ବର ମାସରେ ପ୍ରଧାନମନ୍ତ୍ରୀ ଦାୟିତ୍ୱ ଗ୍ରହଣ କରିବା ପରେ ଏହା ନେପାଳର ପ୍ରଧାନମନ୍ତ୍ରୀ ପ୍ରଚଣ୍ଡଙ୍କ ପ୍ରଥମ ଦ୍ୱିପାକ୍ଷିକ ବୈଦେଶିକ ଯାତ୍ରା । ତାଙ୍କ ସହ ଏକ ଉଚ୍ଚ ସ୍ତରୀୟ ପ୍ରତିନିଧି ଦଳ ମଧ୍ୟ ଭାରତ ଆସିବାର କାର୍ଯ୍ୟକ୍ରମ ରହିଛି । ପ୍ରଚଣ୍ଡ ଏହି ଗସ୍ତରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଓ ଉପ ରାଷ୍ଟ୍ରପତି ଜଗଦୀପ ଧନଖଡଙ୍କୁ ମଧ୍ୟ ସ୍ୱାଗତ କରିବାର କାର୍ଯ୍ୟକ୍ରମ ରହିଛି ।

Leave a Reply

Your email address will not be published. Required fields are marked *