ଓଡିଶା ଗସ୍ତ ସାରି ଫେରିଗଲେ ରାଷ୍ଟ୍ରପତି

Spread the love

ଭୁବନେଶ୍ୱର : ୩ ଦିନିଆ ଓଡ଼ିଶା ଗସ୍ତରେ ଆସିଥିବା ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଗୁରୁବାର ଅପରାହ୍ନରେ ଦିଲ୍ଲୀ ଫେରିଯାଇଛନ୍ତି । ରାଜଭବନରୁ ବାହାରି ରାଷ୍ଟ୍ରପତିଙ୍କ କାରକେଡ୍ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ରାଷ୍ଟ୍ରପତି ଭାରତୀୟ ବାୟୁସେନାର ସ୍ୱତନ୍ତ୍ର ବିମାନ ଯୋଗେ ଦିଲ୍ଲୀ ଯାଇଛନ୍ତି । ରାଷ୍ଟ୍ରପତିଙ୍କୁ ବିଦାୟ ଜଣାଇବା ପାଇଁ ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ୍ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିମାନବନ୍ଦରରେ ଉପସ୍ଥିତ ଥିଲେ । ସେହିପରି ମୁଖ୍ୟ ଶାସନ ସଚିବ, ମେୟର ଓ ପୋଲିସ କମିଶନର ମଧ୍ୟ ଉପସ୍ଥିତ ଥିଲେ ।

Leave a Reply

Your email address will not be published. Required fields are marked *