ଆଜି ଓଡ଼ିଶା ଗସ୍ତରେ ଆସିବେ ରାଷ୍ଟ୍ରପତି, ସୁରକ୍ଷା ବ୍ୟବସ୍ଥା କଡା କଡି

Spread the love

ଭୁବନେଶ୍ୱର : ରାଷ୍ଟ୍ରପତି ଶ୍ରୀମତୀ ଦ୍ରୌପଦୀ ମୁର୍ମୁ ଆଜି ସନ୍ଧ୍ୟାରେ ଓଡିଶା ଗସ୍ତରେ ଆସିବେ । ସେ ୨୭ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଗସ୍ତରେ ରହିବେ ।

ଆଜି ସନ୍ଧ୍ୟାରେ ରାଷ୍ଟ୍ରପତି ଅତୁଟ-ବନ୍ଧନ ପରିବାର ପକ୍ଷରୁ ଆୟୋଜିତ ହେବାକୁ ଥିବା ଏକ କାର୍ଯ୍ୟକ୍ରମରେ ଡାକ୍ତରୀ ଛାତ୍ରଛାତ୍ରୀଙ୍କ ସହ ମତବିନିମୟ କରିବେ ଏବଂ ଭୁବନେଶ୍ୱରସ୍ଥିତ ରାଜଭବନ ପରିସରରେ ନୂଆ ଅଟ୍ଟାଳିକା ପାଇଁ ଶିଳାନ୍ୟାସ କରିବେ ।

୨୬ ଜୁଲାଇ ୨୦୨୩ରେ ରାଷ୍ଟ୍ରପତି କଟକ ଠାରେ ଓଡ଼ିଶା ହାଇକୋର୍ଟର ୭୫ତମ ବର୍ଷ ପୂର୍ତ୍ତି ସମାରୋହର ଉଦଯାପନୀ କାର୍ଯ୍ୟକ୍ରମରେ ଯୋଗ ଦେବେ । ସେହି ଦିନ ସେ ଏସସିବି ମେଡ଼ିକାଲ କଲେଜ ଓ ହସ୍ପିଟାଲ, କଟକର ବାର୍ଷିକ ଉତ୍ସବ କାର୍ଯ୍ୟକ୍ରମକୁ ସମ୍ବୋଧିତ କରିବେ ଏବଂ କଟକ ସ୍ଥିତ ଜାତୀୟ ଆଇନ ବିଶ୍ୱବିଦ୍ୟାଳୟ, ଓଡ଼ିଶାର ସମାବର୍ତ୍ତନ ସମାରୋହରେ ଯୋଗଦେବେ ।

ଜୁଲାଇ ୨୭ ତାରିଖରେ ରାଷ୍ଟ୍ରପତି ଓଡ଼ିଶା ରାଜଭବନ ପରିସରରେ ଅତି ପଛୁଆ ଜନଜାତି ସମୁଦାୟର ସଦସ୍ୟମାନଙ୍କ ସହିତ ମତବିନିମୟ କରିବେ । ସେହିଦିନ, ସେ ଚଳିତ ବର୍ଷର ପ୍ରଜାପିତା ବ୍ରହ୍ମ କୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟର ବିଷୟବସ୍ତୁ, ‘‘ସକାରାତ୍ମକ ପରିବର୍ତ୍ତନର ବର୍ଷ’’ କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିବେ । ଏହି କାର୍ଯ୍ୟକ୍ରମ ଅଧୀନରେ ଦେଶବ୍ୟାପୀ ଆଲୋଚନାଚକ୍ର ଓ ସମ୍ମିଳନୀ ଆୟୋଜନ କରାଯିବ । ଏଥିସହିତ ଭୁବନେଶ୍ୱର ତମାଣ୍ଡୋ ଦଶବାଟିଆ ଠାରେ ଏହାର ‘‘ଲାଇଟ୍ହାଉସ୍ କମ୍ପ୍ଲେକ୍ସ’’ ପାଇଁ ଶିଳାନ୍ୟାସ କରିବେ ।

Leave a Reply

Your email address will not be published. Required fields are marked *