ବାହାନଗାରେ ସ୍ଥିତି ଅନୁଧ୍ୟାନ କଲେ ପ୍ରଧାନମନ୍ତ୍ରୀ ମୋଦି

Spread the love

ବାଲେଶ୍ୱର/ଭୁବନେଶ୍ୱର : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବାହାନଗା ଟ୍ରେନ୍ ଦୁର୍ଘଟଣାସ୍ଥଳରେ ପହଞ୍ଚିଛନ୍ତି । ପ୍ରଧାନମନ୍ତ୍ରୀ ବାୟୁସେନାର ହେଲିକପ୍ଟର ଯୋଗେ ବାଲେଶ୍ୱର ଜିଲ୍ଲା ବାହାନଗା ନିକଟରେ ପହଞ୍ଚି ଦୁର୍ଘଟଣାଗ୍ରସ୍ତ ବଗି ଗୁଡିକ ବୁଲି ସ୍ଥିତି ଅନୁଧ୍ୟାନ କରିଛନ୍ତି । ଏହି ସମୟରେ ପ୍ରଧାନମନ୍ତ୍ରୀଙ୍କ ସହ ରେଳ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ, ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଉପସ୍ଥିତ ଅଛନ୍ତି । ପ୍ରଧାନମନ୍ତ୍ରୀଙ୍କ ପ୍ରମୁଖ ସଚିବ ପି.କେ ମିଶ୍ର ମଧ୍ୟ ସେଠାରେ ଉପସ୍ଥିତ ଅଛନ୍ତି । ଏବେ ବାହାନଗାରୁ ବାଲେଶ୍ୱର ହସ୍ପିଟାଲ ଯିବେ ପ୍ରଧାନମନ୍ତ୍ରୀ ।

Leave a Reply

Your email address will not be published. Required fields are marked *