ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀଙ୍କ ସହ ପ୍ରଧାନମନ୍ତ୍ରୀ ମୋଦୀଙ୍କ ବୈଠକ

Spread the love

ନୂଆଦିଲ୍ଲୀ : ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ ୨୦୨୩ ଭାରତ-ପ୍ରଶାନ୍ତ ମହାସାଗରୀୟ ଦ୍ୱୀପ ସହଯୋଗ ଫୋରମ(ଏଫଆଇପିଆଇସି)ର ତୃତୀୟ ସମ୍ମିଳନୀ ଅବସରରେ ପୋର୍ଟ ମୋରେସବୀଠାରେ ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀ କ୍ରିସ୍ ହିପକିନ୍ସଙ୍କୁ ଭେଟିଛନ୍ତି । ଦୁଇ ପ୍ରଧାନମନ୍ତ୍ରୀଙ୍କ ମଧ୍ୟରେ ଏହା ପ୍ରଥମ ଆଲୋଚନା ଥିଲା ।

ଦୁଇ ନେତା ଦ୍ୱିପାକ୍ଷିକ ସହଯୋଗ, ଉପରେ ଆଲୋଚନା କରିବା ସହ ବାଣିଜ୍ୟ, ଶିକ୍ଷା, ସୂଚନା ପ୍ରଯୁକ୍ତି, ପର୍ଯ୍ୟଟନ, ସଂସ୍କୃତି, ଖେଳ ଏବଂ ଲୋକଙ୍କ ମଧ୍ୟରେ ସମ୍ପର୍କ ସମ୍ବନ୍ଧିତ ବିଭିନ୍ନ କ୍ଷେତ୍ରରେ ସହଯୋଗ ବୃଦ୍ଧି ପାଇଁ ସହମତ ହୋଇଥିଲେ ।

Leave a Reply

Your email address will not be published. Required fields are marked *