ଅମରନାଥ ଯାତ୍ରା ପାଇଁ ସ୍ୱାସ୍ଥ୍ୟ ସେବାର ସମୀକ୍ଷା କରିଛନ୍ତି କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଡକ୍ଟର ମନସୁଖ ମାଣ୍ଡଭୀୟ

Spread the love

ନୂଆଦିଲ୍ଲୀ : କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡକ୍ଟର ମନସୁଖ ମାଣ୍ଡଭୀୟ ଆଜି ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ଏବଂ ଡିଜିଏଚଏସର ବରିଷ୍ଠ ଅଧିକାରୀଙ୍କ ସହ ଅମରନାଥ ଯାତ୍ରା କରୁଥିବା ଭକ୍ତଙ୍କ ପାଇଁ ସ୍ୱାସ୍ଥ୍ୟ ସେବା ତଥା ପର୍ଯ୍ୟାପ୍ତ ଗୁଣାତ୍ମକ ସ୍ୱାସ୍ଥ୍ୟ ସୁବିଧା ପ୍ରଦାନର ସମୀକ୍ଷା କରିଛନ୍ତି ।

ବେସ୍ କ୍ୟାମ୍ପରେ ଏବଂ ଯାତ୍ରା ପଥରେ ଦିଆଯାଉଥିବା ଚିକିତ୍ସା ସେବା ତଥା ଅନ୍ୟାନ୍ୟ ସ୍ୱାସ୍ଥ୍ୟ ସୁବିଧା ବିଷୟରେ ତାଙ୍କୁ ସୂଚନା ଦିଆଯାଇଥିଲା । ଜାମୁ କାଶ୍ମୀରର କେନ୍ଦ୍ରଶାସିତ ଅଞ୍ଚଳକୁ ସହାୟତା କରିବାକୁ କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇ କହିଛନ୍ତି ଯେ ଯାତ୍ରୀମାନଙ୍କୁ ଆବଶ୍ୟକ ସ୍ୱାସ୍ଥ୍ୟ ସୁବିଧା ତଥା ଚିକିତ୍ସା ସେବା ଯୋଗାଇ ଦିଆଯାଉ ଯାହା ଦ୍ୱାରା କଠିନ ଯାତ୍ରା ସମୟରେ ସେମାନେ ଶାରୀରିକ ଭାବେ ସୁସ୍ଥ ରହିପାରିବେ । ମନ୍ତ୍ରୀ କହିଛନ୍ତି ଯେ, ଯାତ୍ରା ସମୟରେ ଭକ୍ତମାନଙ୍କୁ ସର୍ବୋତ୍ତମ ସ୍ୱାସ୍ଥ୍ୟ ସେବା ଏବଂ ଚିକିତ୍ସା ସୁବିଧା ଯୋଗାଇ ଦିଆଯିବ ।

Leave a Reply

Your email address will not be published. Required fields are marked *