ଆମେରିକାର ଜାତୀୟ ସୁରକ୍ଷା ପରାମର୍ଶଦାତା ପ୍ରଧାନମନ୍ତ୍ରୀ ମୋଦୀଙ୍କୁ କରିଛନ୍ତି ସାକ୍ଷାତ

Spread the love

ନୂଆ ଦିଲ୍ଲୀ : ଆମେରିକାର ଜାତୀୟ ସୁରକ୍ଷା ପରାମର୍ଶଦାତା ଶ୍ରୀ ଜାକେ ସୁଲିଭାନ୍ ଆଜି ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀଙ୍କୁ ସାକ୍ଷାତ କରିଛନ୍ତି ।

ଦ୍ୱିପାକ୍ଷିକ ସହଯୋଗର ବିଭିନ୍ନ କ୍ଷେତ୍ରରେ ଅଗ୍ରଗତି ସମ୍ପର୍କରେ ଏନଏସଏ ସୁଲିଭାନ ପ୍ରଧାନମନ୍ତ୍ରୀଙ୍କୁ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ, ଆମେରିକାର ରାଷ୍ଟ୍ରପତି ବାଇଡେନ ଆମେରିକା ଗସ୍ତରେ ଯିବାକୁ ଥିବା ପ୍ରଧାନମନ୍ତ୍ରୀଙ୍କୁ ସ୍ୱାଗତ ପାଇଁ ଅପେକ୍ଷା କରିଛନ୍ତି ।

ଭାରତ ଏବଂ ଆମେରିକା ମଧ୍ୟରେ ବଢୁଥିବା ଏବଂ ମଜବୁତ ହେଉଥିବା ଆର୍ନ୍ତଜାତିକ ରଣନୀତିକ ଭାଗିଦାରୀରେ ପ୍ରଧାନମନ୍ତ୍ରୀ ସନ୍ତୋଷ ବ୍ୟକ୍ତ କରିଛନ୍ତି ।

ପ୍ରଧାନମନ୍ତ୍ରୀ କହିଛନ୍ତି ଯେ ପାରସ୍ପରିକ ସ୍ୱାର୍ଥର ଦ୍ୱିପାକ୍ଷିକ, ଆଞ୍ଚଳିକ ତଥା ବିଶ୍ୱସ୍ତରୀୟ ପ୍ରସଙ୍ଗରେ ରାଷ୍ଟ୍ରପତି ବାଇଡେନଙ୍କ ସହ ଏକ ଫଳପ୍ରଦ ଗସ୍ତ ଏବଂ ଏକ ସୌହାର୍ଦ୍ଦପୂର୍ଣ୍ଣ ଆଲୋଚନା ପାଇଁ ସେ ଅପେକ୍ଷା କରିଛନ୍ତି ।

Leave a Reply

Your email address will not be published. Required fields are marked *