ଆସନ୍ତା ୨୪ ଘଣ୍ଟାରେ ପ୍ରବଳ ବର୍ଷା

ରାଜ୍ୟରେ ବର୍ତ୍ତମାନ ପଶ୍ଚିମ ଝାଡ଼ଖଣ୍ଡ ଓ ତାର ପାଶ୍ୱବର୍ତ୍ତୀ ଅଞ୍ଚଳରେ ଏକ ଘୁର୍ଣ୍ଣିବଳୟ ସକ୍ରିୟ ରହିଛି। ଏହାସହ ମୌସୁମୀ ସକ୍ରିୟ ରହିଥିବା ବେଳେ ଆଗାମୀ ୪୮ ଘଣ୍ଟା ପର୍ଯ୍ୟନ୍ତ ରାଜ୍ୟରେ ହାଲୁକାରୁ ମଧ୍ୟମଧରଣର ବର୍ଷା ସମ୍ଭାବନା ସହ କିଛି କିଛି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ଆସନ୍ତା ୨୪ ଘଂଟାରେ ଝାରସୁଗୁଡା, ସମ୍ବଲପୁର, ସୁନ୍ଦରଗଡ, କେଉଁଝର, ଦେବଗଡ଼ ଏହି ୫ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେହିପରି ଆସନ୍ତାକାଲି ସୁନ୍ଦରଗଡ଼ ଓ ଝାରସୁଗୁଡା ରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ୧୧ ତାରିଖ ଠାରୁ ଧୀରେଧୀରେ ବର୍ଷାର ପରିମାଣ କମିବା ସହ ପୁଣି ୧୩ରୁ ପ୍ରବଳ ବର୍ଷା ସମ୍ଭାବନା ଥିବା ପୂର୍ବାନୁମାନ କରିଛି ପାଣିପାଗ ବିଭାଗ। ଅନ୍ୟପଟେ ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ଜୁନ ୧ରୁ ଏଯାବତ ୬୨୧.୮ ମିମି ବର୍ଷା ରେକର୍ଡ ହୋଇଛି। ଏବେବି ୭ ପ୍ରତିଶତ ନିଅଣ୍ଟିଆ ବର୍ଷା ରହିଛି। ଗୋଟିଏ ଜିଲ୍ଲା ମାଲକାନଗିରିରେ ସ୍ଵାଭାବିକ ଠାରୁ ଅତ୍ୟଧିକ ବର୍ଷା ହୋଇଥିବା ବେଳେ ୪ ଜିଲ୍ଲାରେ ଅଧିକ ବର୍ଷା ଓ ୧୬ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଥିବା ବେଳେ ବାକି ୯ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ହୋଇଛି।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *