ଆସନ୍ତା ୨୭ ଯାଏଁ ଭିଜିବ ଓଡିଶା

ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ଭିଜିବ ଓଡିଶା। ମଧ୍ୟମ ଧରଣ ବର୍ଷା ସହ ପ୍ରବଳ ବର୍ଷା ପାଇଁ ସତର୍କ ସୂଚନା ଜାରି କଲା ପାଣିପାଗ ବିଭାଗ। ବର୍ତ୍ତମାନ ଲଘୁଚାପ ଛତିଶଗଡ଼ ଉପରେ ରହିଛି। ଯାହା ଫଳରେ ରାଜ୍ୟରେ ଆଗାମୀ ୪ ଦିନ ଅଧିକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ଅନେକ ସ୍ଥାନରେ ରହିବ। ୨୪ ଘଣ୍ଟାରେ  ହାଲୁକା ମଧ୍ୟମ ଧରଣର ବର୍ଷା ଅନେକ ସ୍ଥାନରେ ହେବ। ପ୍ରବଳ ବର୍ଷା ଦକ୍ଷିଣ ଓ କେନ୍ଦ୍ରୀୟ ଓଡିଶାରେ ବିଭିନ୍ନ ଜିଲ୍ଲାକୁ ସତର୍କ ସୂଚନା ଜାରି କରାଯାଇଛି। ବରଗଡ଼, ସୋନପୁର , ବୌଧ,ସମ୍ବଲପୁର ଜିଲ୍ଲାରେ , ପ୍ରବଳ ବର୍ଷା ପାଇଁ ଝାରସୁଗୁଡ଼ା, ସୁନ୍ଦରଗଡ, କେଉଁଝର, ମୟୁରଭଞ୍ଜ, ଦେଓଗଡ଼, ନୟାଗଡ଼, କେନ୍ଦ୍ରାପଡ଼ା, ଜଗତସିଂପୁର, କଟକ ଜିଲ୍ଲାକୁ ସତର୍କ କରଯାଇଛି। ରାଜ୍ୟରେ ୧ ଜୁନରୁ ବର୍ତ୍ତମାନ ସୁଦ୍ଧା ୨୨ ତାରିଖ ପର୍ଯ୍ୟନ୍ତ ୩୭୧.୯ ପ୍ରତିଶତ ବର୍ଷା ରେକର୍ଡ ହୋଇଛି। ମାଲକାନାଗିରିରେ ସର୍ବାଧିକ ବର୍ଷା ରେକର୍ଡ ହୋଇଛି। ଘଣ୍ଟାରେ ମାଲକାନାଗିରି ଜିଲ୍ଲାର ଚିତ୍ରକୋଣ୍ଡା ଅଞ୍ଚଳରେ ସର୍ବାଧିକ ବର୍ଷା ୧୬୪.୫ ମିଲି ମିଟର ବର୍ଷା ରେକର୍ଡ ହୋଇଛି।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *