ପାଣିପାଗ ଓ ପରିବେଶ

ସମ୍ଭାବ୍ୟ ବାତ୍ୟା: ସରକାର ଡାକିଲେ ବୈଠକ

ଭୁବନେଶ୍ୱର: ସମ୍ଭାବ୍ୟ ବାତ୍ୟାକୁ ଆଞ୍ଚଳିକ ପାଣିପାଗକେନ୍ଦ୍ର ବୈଜ୍ଞାନିକ ଉମାଶଙ୍କର ଦାଶଙ୍କ ପ୍ରତିକ୍ରିୟା। ଉତ୍ତର-ଆଣ୍ଡାମାନ ସାଗର ଏବଂ ପାର୍ଶ୍ଵବର୍ତ୍ତୀ ଅଞ୍ଚଳରେ ସକ୍ରିୟ ରହିଛି ଘୁର୍ଣ୍ଣିବଳୟ। ଏହି ଘୁର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୪୮ ଘଣ୍ଟା ମଧ୍ୟରେ ଦକ୍ଷିଣ-ପୂର୍ବ ପାର୍ଶ୍ଵବର୍ତ୍ତୀ ପୁର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହା ପରବର୍ତ୍ତୀ ସମୟରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ୨୨ ତାରିଖ ବେଳକୁ କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଏକ ଅବପାତରେ ପରିଣତ ହେବାର ସମ୍ଭାବନା ରହିଛି । ପରବର୍ତ୍ତୀ ସମୟରେ ଆହୁରି ଘନୀଭୂତ ହୋଇ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଗୋଟିଏ ବାତ୍ୟା ର ରୂପ ନେବାର ସମ୍ଭାବନା ରହିଛି। ୨୨ ତାରିଖ ପରେ ହିଁ ସ୍ପଷ୍ଟ ହେବ ବାତ୍ୟାର ଗତିପଥ। ଏଥିସହ ଆଗାମୀ ୨୩ ତାରିଖ ପର୍ଯ୍ୟନ୍ତ ଭାରି ବର୍ଷା ନାହିଁ। 22 ତାରିଖରୁ ଗଭୀର ସମୁଦ୍ର ଭିତରକୁ ନ ଯିବାକୁ ମତ୍ସ୍ୟଜୀବୀଙ୍କୁ ସତର୍କ କରାଇଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ସମ୍ଭାବ୍ୟ ବାତ୍ୟା ଯୋଗୁଁ ପବନର ବେଗ 45ରୁ 55 କିମି ଏବଂ ଝଟକା ପବନ 65 କିମି ବେଗରେ ବହିବାର ସମ୍ଭାବନା ରହିଛି।

Related Articles

Leave a Reply

Your email address will not be published.

Back to top button