ବଙ୍ଗୋପସାଗରରେ ସୃଷ୍ଟି ହେଲା ଲଘୁଚାପ କ୍ଷେତ୍ର । ଉତ୍ତରପଶ୍ଚିପ ସଂଲଗ୍ନ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇଚି । ଲଘୁଚାପ ପ୍ରଭାବରେ ଆଗାମୀ ୪ ଦିନ ଯାଏଁ ରାଜ୍ୟରେ ବର୍ଷାର ପୂର୍ବାନୁମାନ କରାଯାଇଛି । ସେପଟେ ୧୯ ତାରିଖ ବେଳକୁ ପୁଣି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାକୁ ଯାଉଥିବା ନେଇ ଭୁବନେଶ୍ବର ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି ।
ସୂଚନା ଅନୁଯାୟୀ ଗତ୨ ଦିନ ତଳେ ଅନେକ ସ୍ଥାନରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହୋଇଥିଲା । ତେବେ ପାରାଦୀପରେ ସର୍ବାଧିକ ୭୫.୭ ମିଲିମିଟର ବର୍ଷା ରେକର୍ଡ କରାଯାଇଚି । ଆଗାମୀ ୪ ଦିନ ଯାଏଁ ରାଜ୍ୟରେ ବର୍ଷା ଲାଗି ରହିବ । ଏଥିସହିତ ବିଜୁଳି ଓ ଘଡଘଡି ନେଇ ସତର୍କ ସୂଚନା ଜାରି କରାଯାଇଛି ।

Naxatra News is now on Whatsapp
Join and get latest news update delivered to you via whatsapp
Join Now