ବାତ୍ୟାର ନା କାହିଁକି “ଦାନା” ଆସନ୍ତୁ ଜାଣିବା

ଉତ୍ତର କେନ୍ଦ୍ରୀୟ ଆଣ୍ଡାମାନ ସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆଜି ସନ୍ଧ୍ୟା ସୁଦ୍ଧା ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ପୂର୍ବ-କେନ୍ଦ୍ରୀୟ, ଦକ୍ଷିଣପୂର୍ବ ବଙ୍ଗୋପସାଗରରେ କେନ୍ଦ୍ରୀଭୂତ ରହିଛି। ପ୍ରଭାବରେ ସୋମବାର ସକାଳ ସୁଦ୍ଧା ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଆଣ୍ଡାମାନ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇପାରେ। ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ୨୨ ତାରିଖ ସକାଳେ ଅବପାତ ଏବଂ ୨୩ ତାରିଖରେ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟା ରୂପ ନେବାର ସମ୍ଭାବନା ରହିଛି। ଏହା ପରେ ଉତ୍ତରପଶ୍ଚିମ ଦିଗରେ ଗତି କରି ୨୪ ତାରିଖ ଭୋର ସମୟରେ ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳ ତଥା ଉତ୍ତରପଶ୍ଚିମ ବଙ୍ଗୋପସାଗରରେ ସ୍ଥଳଭାଗ ଛୁଇଁବ। ଘୂର୍ଣ୍ଣିବଳୟ ଯଦି ବାତ୍ୟାର ରୂପ ନିଏ, ତେବେ ଏହାର ନାମ ‘ଦାନା’ ରଖାଯିବ। ଉତ୍ତର ଭାରତ ମହାସାଗରରେ ସୃଷ୍ଟି ଘୂର୍ଣ୍ଣିଝଡ଼ ନାମ ତାଲିକା ଅନୁସାରେ, ଏହାର ନାମ ‘ଦାନା’ ରହିବ। ମଧ୍ୟପ୍ରାଚ୍ୟ ଦେଶ କାତାର୍ ପକ୍ଷରୁ ଏହି ନାମକରଣ ହୋଇଛି। ଆରବୀ ଭାଷାରେ ‘ଦାନା’ର ଅର୍ଥ ନିଖୁଣ ମୂଲ୍ୟବାନ ମୋତି ବା ମୁକ୍ତା ବୋଲି କୁହାଯାଉଛି।

ବାତ୍ୟା କେଉଁଠି ସ୍ଥଳଭାଗ ଛୁଇଁବ, ସେ ନେଇ ଏ ପର୍ଯ୍ୟନ୍ତ ସଠିକ୍‌ ଆକଳନ କରାଯାଇ ନ ଥିଲେ ମଧ୍ୟ ଓଡ଼ିଶା ଉପକୂଳକୁ ବିପଦ ରହିଥିବାରୁ ଭାରତୀୟ ପାଣିପାଗ ବିଭାଗ(ଆଇଏମ୍‌ଡି) ପକ୍ଷରୁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି। ୨୩ ତାରିଖ ସନ୍ଧ୍ୟାଠାରୁ ଉପକୂଳ ଓଡ଼ିଶାର ପାଗରେ ପରିବର୍ତ୍ତନ ଆସିବ। ଗଜପତି, ଗଞ୍ଜାମ, ପୁରୀ, ଖୋର୍ଦ୍ଧା, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର ଓ ଯାଜପୁର ଜିଲ୍ଲାରେ ପ୍ରବଳ ବର୍ଷା ଆରମ୍ଭ ହେବ। ବର୍ଷା ପରିମାଣ ବଢ଼ିବା ସହ ୨୪ ତାରିଖ ସକାଳଠାରୁ ଓଡ଼ିଶା ଉପକୂଳର ୪ ଜିଲ୍ଲା ଯଥା ଗଞ୍ଜାମ, ପୁରୀ, ଖୋର୍ଦ୍ଧା ଓ ଜଗତସିଂହପୁରରେ ଅତିରୁ ଅତିପ୍ରବଳ ବର୍ଷା ହେବାକୁ ଥିବାରୁ ରେଡ୍‌ ୱାର୍ଣ୍ଣିଂ ଜାରି କରାଯାଇଛି।

 

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *