ଭୁବନେଶ୍ଵର : ଗତକାଲିର ଲଘୁଚାପ କ୍ଷେତ୍ର ଆହୁରି ଘନୀଭୂତ ହୋଇ ପଶ୍ଚିମକେନ୍ଦ୍ରୀୟ ତତସଂଲଗ୍ନ ଉତ୍ତର -ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡିଶା ଉପକୂଳ ସମୁଦ୍ର ଅଞ୍ଚଳରେ ଏକ ସୁଦୃଶଃ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ଏହା ଆଗାମୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ଅବପାତର ରୂପ ନେବାର ସମ୍ଭାବନା ରହିଛି । ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତର -ପଶ୍ଚିମ ଦିଗରେ ଗତିକରିବା ସହ ଉତ୍ତର-ଆନ୍ଧ୍ରପ୍ରଦେଶ ଦକ୍ଷିଣ ଓଡିଶା ମଧ୍ୟ ଦେଇ ଅତିକ୍ରମ କରିବାର ସମ୍ଭାବନା ରହିଛି । ଭୁବନେଶ୍ଵର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।
Naxatra News is now on Whatsapp
Join and get latest news update delivered to you via whatsapp
Join Now