୬ ଜିଲ୍ଲାକୁ ହିଟ୍ ୱେଭ୍ ୱାର୍ଣ୍ଣିଂ

ଭୁବନେଶ୍ୱର : ସମଗ୍ର ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ଆଗାମୀ କିଛି ଦିନ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ । କିଛି ଜିଲ୍ଲାରେ ଅସହ୍ୟ ଗରମ ଓ ଗୁଳୁଗୁଳି ନେଇ ହିଟ୍ ୱେଭ୍ ୱାର୍ଣ୍ଣିଂ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ୨୪ ଘଣ୍ଟା ମଧ୍ୟରେ ସମ୍ବଲପୁର, ବରଗଡ଼, ସୋନପୁର , ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାକୁ ହିଟ୍ ୱେଭ୍ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସମୟ ମଧ୍ୟରେ ମୟୁରଭଞ୍ଜ, ବାଲେଶ୍ୱର, ଯାଜପୁର, ଭଦ୍ରକ, ଗଜପତି, ଗଞ୍ଜାମ , କନ୍ଧମାଳ, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, କେନ୍ଦୁଝର, ରାୟଗଡା ଓ କୋରାପୁଟ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ବିଜୁଳି ଘଡଘଡି ସହ କାଳବୈଶାଖୀ ବର୍ଷା ହେବାର ସମ୍ଭାବନା ରହିଛି । ଏହାସହ ଘଂଟା ପ୍ରତି ୪୦ରୁ ୫୦ କିମି ବେଗରେ ପବନ ମଧ୍ୟ ବହିପାରେ । ଏଥିପାଇଁ ଏହି ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ଆସନ୍ତାକାଲି ପାଇଁ ଝାରସୁଗୁଡା, ସମ୍ବଲପୁର, ବରଗଡ଼, ସୋନପୁର , ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାକୁ ହିଟ୍ ୱେଭ୍ ୱାର୍ଣ୍ଣିଂ ଜାରି ହୋଇଛି । ଅପରପକ୍ଷରେ ବାଲେଶ୍ୱର, ଯାଜପୁର, ଭଦ୍ରକ, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ,ଗଜପତି, ଗଂଜାମ ,ମୟୁରଭଂଜ,କେନ୍ଦୁଝର, ନବରଙ୍ଗପୁର, କୋରାପୁଟ, ମାଲକାନଗିରି ଓ ରାୟଗଡା ଜିଲ୍ଲାକୁ କାଳବୈଶାଖୀ ପାଇଁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *