ରାଜ୍ୟର ବିଭିନ୍ନ ସ୍ଥାନରେ ଜାରି ରହିଛି ବର୍ଷା। କେଉଁଠି ତୁହାକୁ ତୁହା ବର୍ଷା ତ କେଉଁଠି ଘଡଘଡି ବିଜୁଳି ସହ ବର୍ଷା ଜାରି ରହିଛି । ଆସନ୍ତା ଦୁଇ ଦିନ ପର୍ଯ୍ୟନ୍ତ ଏଭଳି ବର୍ଷା ଲାଗି ରହିବ ବୋଲି ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ପଶ୍ଚିମକେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପଶ୍ଚିମକେନ୍ଦ୍ରୀୟ ପଶ୍ଚିମ ଦିଗରେ ଗତି କରି ଅଧିକ ଘନୀଭୂତ ହୋଇ ସୁଦୃଶ୍ୟ ଲଘୁଚାପରେ ପରିଣତ ହୋଇଛି ।
ଆଜି ପ୍ରବଳ ବର୍ଷା ପାଇଁ ୫ ଜିଲ୍ଲାକୁ ୩ ଘଣ୍ଟା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ବର ପାଣିପାଗ କେନ୍ଦ୍ର । ବାଲେଶ୍ବର , କେନ୍ଦୁଝର , ଗଜପତି , ମୟୁରଭଞ୍ଜ ଓ ଗଞ୍ଜାମ ଜିଲ୍ଲା କୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।
Naxatra News is now on Whatsapp
Join and get latest news update delivered to you via whatsapp
Join Now