ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାର ଆର.କେ. ନଗରରେ ସର୍ବାଧିକ ୧୫୬.୪ ମି.ମି ବର୍ଷା ରେକର୍ଡ଼

Spread the love

ଭୁବନେଶ୍ଵର : ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ଅନୁଗୁଳ ଜିଲ୍ଲାର ଆର.କେ. ନଗରରେ ସର୍ବାଧିକ ୧୫୬.୪ ମି.ମି ବର୍ଷା ରେକର୍ଡ଼ ହୋଇଛି ।

ସେହିପରି କଳାହାଣ୍ଡି ଜିଲ୍ଲାର ଲାଞ୍ଜିଗଡ଼ରେ ୧୦୫.୪ ମି.ମି., ସୋନପୁର ଜିଲ୍ଲାର ଉଲୁଣ୍ଡାରେ ୧୦୦.୫ ମି.ମି., କେନ୍ଦୁଝର ଜିଲ୍ଲାର ହରିଚନ୍ଦନପୁର ୭୬.୦ ମି.ମି.,ନବରଙ୍ଗପୁର ଜିଲ୍ଲାର ଝରିଗାଁରେ ୭୧.୦ ମି.ମି., ବରଗଡ଼ ଜିଲ୍ଲାର ଅତାବିରାରେ ୬୫.୨ ମି.ମି., ଦେବଗଡ଼ ଜିଲ୍ଲାର ରିଆମାଳରେ ୬୨.୪ ମି.ମି., ମୟୂରଭଞ୍ଜ ଜିଲ୍ଲାର ନୱାନାରେ ୫୮.୮ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ସେହିପରି ଗଞ୍ଜାମ ଜିଲ୍ଲାର ଜଗନ୍ନାଥ ପ୍ରସାଦରେ ୫୪.୩ ମି.ମି., କନ୍ଧମାଳ ଜିଲ୍ଲାର କୋଟଗଡ଼ରେ ୫୪.୦ ମି.ମି., କନ୍ଧମାଳ ଜିଲ୍ଲାର ଜି. ଉଦୟଗିରି ୫୩.୬ ମି.ମି., ବରଗଡ଼ ଜିଲ୍ଲାର ପାଇକମାଳ୫୩.୦ ମି.ମି., ବୌଦ୍ଧ ଜିଲ୍ଲାର ବୌଦ୍ଧଗଡ଼ରେ ୫୩.୦ ମି.ମି. ଏବଂ କନ୍ଧମାଳ ଜିଲ୍ଲାର ଫୁଲବାଣୀରେ ୫୧.୪ ମି.ମି. ବର୍ଷା ରେକର୍ଡ଼ ହୋଇଥିବା ନେଇ ଭୁବନେଶ୍ଵର ସ୍ଥିତ ଆଂଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।

Leave a Reply

Your email address will not be published. Required fields are marked *