୧୪ ଜିଲ୍ଲାରେ କାଳବୈଶାଖୀ ସମ୍ଭାବନା

Spread the love

ଭୁବନେଶ୍ୱର : ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ କାଳବୈଶାଖୀ ଜନିତ ବର୍ଷା ଓ ଝଡ଼ ପବନର ସମ୍ଭାବନା ରହିଛି । ଭୁବନେଶ୍ୱରସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଂଟା ମଧ୍ୟରେ କିଛି ଜିଲ୍ଲାରେ ବଜ୍ରପାତ, ଘଡ଼ଘଡ଼ି ସହ କାଳବୈଶାଖୀ ହେବାର ସମ୍ଭାବନା ରହିଛି । ଏଥିପାଇଁ ୧୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାଗୁଡିକ ହେଲା ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ଖୋର୍ଦ୍ଧା, ନୟାଗଡ଼,କନ୍ଧମାଳ, ଗଜପତି, ଗଞ୍ଜାମ, ମାଲକାନଗିରି , କୋରାପୁଟ ଓ ରାୟଗଡ଼ା ।

ସେହିପରି ୩ ତାରିଖ ପାଇଁ ୯ଟିଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାଗୁଡିକ ହେଲା ଗଜପତି, ଗଂଜାମ, କେନ୍ଦୁଝର, ମୟୁରଭଂଜ, ଯାଜପୁର, ଭଦ୍ରକ, ବାଲେଶ୍ୱର, କଟକ ଓ ଢେଙ୍କାନାଳ ।

Leave a Reply

Your email address will not be published. Required fields are marked *