ଲଘୁଚାପ ପ୍ରଭାବରେ ଉପକୂଳରେ ବର୍ଷା ଜାରି, ୧୯ ଜିଲ୍ଲାକୁ ବର୍ଷା ପାଇଁ ୱାର୍ଣ୍ଣିଂ, ୨୪ ରେ ଆଉ ଏକ ଲଘୁଚାପ

Spread the love

ଭୁବନେଶ୍ୱର : ଘୂର୍ଣ୍ଣିବଳୟ ପ୍ରଭାବରେ ଗୁରୁବାରଠାରୁ ଉତ୍ତର-ପଶ୍ଚିମ ପାର୍ଶ୍ୱବର୍ତୀ ଉପକୂଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେଇଛି । ଏହି ଲଘୁଚାପ କ୍ଷେତ୍ର ସହ ଜଡିତ ଘୂର୍ଣ୍ଣିବଳୟ ବାୟୁମଣ୍ଡଳରେ ୭.୬ କିଲୋମିଟର ଉଚ୍ଚତା ଯାଏଁ ସକ୍ରିୟ ରହିଛି । ଏହାର ପ୍ରଭାବରେ ଉପକୂଳ ଓଡିଶାର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି । ଆଗାମୀ ୫ ଦିନ ଯାଏଁ ରାଜ୍ୟରେ ବର୍ଷାର ବିସ୍ତୃତି ବଢ଼ିବାର ସମ୍ଭାବନା ରହିଛି ।

ଅନ୍ୟପକ୍ଷରେ ୨୪ ତାରିଖ ବେଳକୁ ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ପାର୍ଶ୍ୱବର୍ତୀ ପଶ୍ଚିମ-କେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆଉ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।

ଆଞ୍ଚଳିକ ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ସଦ୍ୟ ସୃଷ୍ଟ ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି, କନ୍ଧମାଳ, ଗଞ୍ଜାମ, ନୟାଗଡ଼ ଓ ବଲାଙ୍ଗୀର ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା (୭ରୁ ୨୦ ସେମି) ହେବାର ସମ୍ଭାବନା ରହିଛି । ସେଥିପାଇଁ ଏହି ସବୁ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସମୟ ମଧ୍ୟରେ ରାୟଗଡ଼ା, ଗଜପତି, ଖୋର୍ଦ୍ଧା, ସୋନପୁର, ବୌଦ୍ଧ, ଜଗତସିଂହପୁର, କଟକ, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର ଓ ବରଗଡ଼ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା (୭ରୁ ୧୧ ସେମି) ହେବାର ସମ୍ଭାବନା ରହିଛି । ସେଥିପାଇଁ ଏହି ସବୁ ଜିଲ୍ଲାକୁ ହଳଦିଆ ଚେତାବନୀ ବା ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

ସେହିପରି ଆସନ୍ତାକାଲି ନୂଆପଡା, ବଲାଙ୍ଗିର, କଳାହାଣ୍ଡି, ବରଗଡ, ବୌଦ୍ଧ, ସୋନପୁର ଓ ସମ୍ବଲପୁର ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଥିବା ବେଳେ ୧୧ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Leave a Reply

Your email address will not be published. Required fields are marked *