ଗତ ୨୪ ଘଣ୍ଟା ମଧ୍ୟରେ ସମ୍ବଲପୁର ଜିଲ୍ଲାର ଯୁଯୁମରାରେ ସର୍ବାଧିକ ୫୩.୦ ମି.ମି. ବର୍ଷା ରେକର୍ଡ଼

Spread the love

ଭୁବନେଶ୍ଵର : ରାଜ୍ୟରେ ମୌସୁମୀ ସକ୍ରିୟ ରହିଛି । ଗତ ୨୪ ଘଣ୍ଟା ମଧ୍ୟରେ ସମ୍ବଲପୁର ଜିଲ୍ଲାର ଯୁଯୁମରାରେ ସର୍ବାଧିକ ୫୩.୦ ମି.ମି. ବର୍ଷା ରେକର୍ଡ଼ ହୋଇଛି ।

ସେହିପରି ପୁରୀ ଜିଲ୍ଲାର ପିପିଲିରେ ୪୮.୦ ମି.ମି., ରାୟଗଡ଼ା ଜିଲ୍ଲାର ଗୁଣୁପୁରରେ ୪୫.୦ ମି.ମି., ସୋନପୁର ଜିଲ୍ଲାର ଉଲୁଣ୍ଡାରେ ୪୩.୦ ମି.ମି., ବରଗଡ଼ ଜିଲ୍ଲାର ଅତାବିରାରେ ୩୬.୨ ମି.ମି., ଖୋର୍ଦ୍ଧା ଜିଲ୍ଲାର ଭୁବନେଶ୍ଵରରେ ୩୩.୨ ମି.ମି., ଜଗତସିଂହପୁର ଜିଲ୍ଲାର ପାରାଦୀପରେ ୨୯.୭ ମି.ମି., ବରଗଡ଼ ଜିଲ୍ଲାର ବରଗଡ଼ରେ ୨୯.୬ ମି.ମି., ସୁନ୍ଦରଗଡ଼ ଜିଲ୍ଲାର ବଣାଇଗଡ଼ରେ ୨୯.୦ ମି.ମି., କେନ୍ଦୁଝର ଜିଲ୍ଲାର ତେଲକୋଇରେ ୨୮.୦ ମି.ମି. ଏବଂ ଦେବଗଡ଼ ଜିଲ୍ଲାର ଦେବଗଡ଼ରେ ୨୭.୨ ମି.ମି. ବର୍ଷା ରେକର୍ଡ଼ ହୋଇଛି । ଭୁବନେଶ୍ଵର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।

Leave a Reply

Your email address will not be published. Required fields are marked *