ଅକ୍ଟୋବରରେ ଦାନା ବାନ୍ଧୁଛି ବାତ୍ୟା !

ଭାରତୀୟ ପାଣିପାଗ ବିଭାଗ ସୂଚନା ଅନୁଯାୟୀ ଆସନ୍ତା ୨୦ ତାରିଖରେ ଉତ୍ତର ଆଣ୍ଡାମାନ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟିହେବ । ୨୨ ତାରିଖରେ ଏହା ଲଘୁଚାପରେ ପରିଣତ ହେବ । ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଗଭୀର ଅବପାତରେ ପରିଣତ ହୋଇ ଉତ୍ତର ପଶ୍ଚିମ ଦିଗକୁ ଗତି କରିବ । ଲଘୁଚାପ ପ୍ରଭାବରେ ଉତ୍ତର ଏବଂ ଉପକୂଳ ଓଡ଼ିଶାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।ବିଶେଷ କରି ପୁରୀ, ଜଗତ୍‌ସିଂହପୁର, କେନ୍ଦ୍ରାପଡ଼ା, ମୟୂରଭଞ୍ଜ, ଭଦ୍ରକ, ବାଲେଶ୍ୱର, ଢେଙ୍କାନାଳ, ଅନୁଗୋଳ, ଦେବଗଡ଼ ଆଦି ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଏହାଛଡ଼ା ଗଞ୍ଜାମ, ଗଜପତି, ମାଲକାନଗିରି, କୋରାପୁଟ, ସମ୍ବଲପୁର, ସୋନପୁର ଆଦି ଜିଲାରେ ମଧ୍ୟମଧରଣର ବର୍ଷା ହେବ। ଏଥିସହିତ ଆଭ୍ୟନ୍ତରୀଣ ଏବଂ ଦକ୍ଷିଣ ଓଡ଼ିଶାର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଲଘୁଚାପ ଯୋଗୁ ରାଜ୍ୟରେ ୨୨ରୁ ୨୬ ଯାଏ ବର୍ଷା ଲାଗି ରହିବ। ୨୩ରୁ ୨୫ ଉପକୂଳବର୍ତ୍ତୀ ଜିଲାଗୁଡ଼ିକରେ ପ୍ରବଳ ବର୍ଷା ହେବା ନେଇ ପୂର୍ବାନୁମାନ କରାଯାଇଛି । ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ବାଲେଶ୍ୱର, ଭଦ୍ରକ, ଯାଜପୁର, ଖୋର୍ଦ୍ଧା, ନୟାଗଡ଼, ପୁରୀ, ଗଞ୍ଜାମ, ଗଜପତି, କେନ୍ଦ୍ରାପଡ଼ା, କଟକ, ଜଗତ୍‌ସିଂହପୁର, କଳାହାଣ୍ଡି, କୋରାପୁଟ, ମାଲକାନଗିରି, ରାୟଗଡ଼ା, ନବରଙ୍ଗପୁର ଜିଲାର କେତେକ ସ୍ଥାନରେ ଘଡ଼ଘଡ଼ି ସହ ଝଡ଼ବର୍ଷା ହେବାର ସମ୍ଭାବନା ରହିଛି।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *