ପ୍ରବଳ ବର୍ଷା ନେଇ ଆସନ୍ତା ୨୪ ଘଣ୍ଟା ପାଇଁ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ, ୭ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

Spread the love

ଭୁବନେଶ୍ଵର : ପଶ୍ଚିମକେନ୍ଦ୍ରୀୟ ତତସଂଲଗ୍ନ ଉତର-ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର ଆନ୍ଧ୍ରପ୍ରଦେଶ-ଦକ୍ଷିଣ ଓଡିଶା ଉପକୂଳ ସମୁଦ୍ର ଅଂଚଳରେ ସୃଷ୍ଟ ଲଘୁଚାପ ଘନୀଭୂତ ହୋଇ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଅବପାତର ରୂପ ନେବାର ସମ୍ଭାବନା ରହିଛି । ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତର-ପଶ୍ଚିମ ଦିଗରେ ଗତିକରିବା ସହ ଉତର-ଆନ୍ଧ୍ରପ୍ରଦେଶ ଦକ୍ଷିଣ ଓଡିଶା ମଧ୍ୟ ଦେଇ ଅତିକ୍ରମ କରିବାର ସମ୍ଭାବନା ରହିଛି । ଯାହାର ପ୍ରଭାବରେ ଗତକାଲି ଠାରୁ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରୀ ରହିଛି । ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏହାର ପ୍ରଭାବ ଦେଖିବାକୁ ମିଳିବ ।

୨୬ ତାରିଖ ସକାଳ ୮ଟା ୩୦ ଠାରୁ ୨୭ ତାରିଖ ୮ଟା ୩୦ ପର୍ଯ୍ୟନ୍ତ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୫ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରୀ କରିଛି ପାଣିପାଗ ବିଭାଗ । ସେହିସବୁ ଜିଲ୍ଲା ଗୁଡିକ ହେଲା ମାଲକାନଗିରି, କୋରାପୁଟ, ନବରଙ୍ଗପୁର, କଳାହାଣ୍ଡି ଏବଂ ନୂଆପଡ଼ା । ଏହି ସମୟରେ ଏସବୁ ସ୍ଥାନରେ ୭ରୁ ୨୦ ସେମି ପର୍ଯ୍ୟନ୍ତ ବର୍ଷା ହୋଇପାରେ ।

ସେହିପରି ୭ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରୀ କରାଯାଇଛି । ସେହି ଜିଲ୍ଲା ଗୁଡିକ ହେଲା, ରାୟଗଡ଼ା, ଗଜପତି, ଗଞ୍ଜାମ, କନ୍ଧମାଳ, ବଲାଙ୍ଗିର, ପୁରୀ ଏବଂ ବୌଦ୍ଧ । ଏସବୁ ଜିଲ୍ଲାର ଗୋଟିଏରୁ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା (୭ରୁ ୧୧ ସେମି ପର୍ଯ୍ୟନ୍ତ ବର୍ଷା)ର ସମ୍ଭାବନା ରହିଛି । ଭୁବନେଶ୍ଵର ସ୍ଥିତ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।

ଲଘୁଚାପ ଏବଂ ତାର ପରବର୍ତ୍ତୀ ତୀବ୍ରତା ବୃଦ୍ଧି ପାଇବାର ସମ୍ଭାବନା ଥିବାରୁ ଏବଂ ମୌସୁମୀ ସକ୍ରିୟ ରହୁଥିବାରୁ ଏହି ସମୟରେ ସମୁଦ୍ର ମଧ୍ୟରେ ପବନର ବେଗ ଘଣ୍ଟା ପ୍ରତି ୪୫ରୁ ୫୫ କି.ମି. ରହିବାର ସମ୍ଭାବନା ରହୁଛି । ଏଥିପାଇଁ ୨୫ରୁ ୨୭ ତାରିଖ ସମୁଦ୍ର ଅତ୍ୟଧିକ ଅଶାନ୍ତ ରହୁଥିବାରୁ ଓଡ଼ିଶା ଉପକୂଳ ଏବଂ ତାର ଆଖପାଖ ଅଞ୍ଚଳ ପାର୍ଶ୍ଵବର୍ତ୍ତୀ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଉତ୍ତର ପଶ୍ଚିମ ବଙ୍ଗୋପସାଗର ଅଞ୍ଚଳକୁ ମତ୍ସ୍ୟଜିବୀ ମାନଙ୍କୁ ଯିବା ପାଇଁ ସମ୍ପୂର୍ଣ୍ଣ ବାରଣ କରାଯାଇଛି ।

Leave a Reply

Your email address will not be published. Required fields are marked *