ଆସନ୍ତା ଦୁଇ ଦିନି ପ୍ରବଳ ବର୍ଷିବ

Spread the love

ଭୁବନେଶ୍ୱର: ରାଜ୍ୟରେ ଲଗାଣ ବର୍ଷା ଜାରି। ଆଗାମୀ ୧୨ ଘଣ୍ଟା ମଧ୍ୟରେ ଉତ୍ତର-ବଙ୍ଗୋପସାଗର ଅଞ୍ଚଳରେ ଲଘୁଚାପ। ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ଆହୁରି ଘନୀଭୂତ ହୋଇ ଆସନ୍ତା କାଲି, ୧୪ ତାରିଖ ସୁଦ୍ଧା ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ଅବପାତ ସମ୍ଭାବନା। ୧୩ ରେ ଉପକୂଳ ଓଡିଶା ପ୍ରଭାବିତ ହେବାର ସମ୍ଭାବନା ଥିବାବେଳେ, ୧୪ରେ ଆଭ୍ୟନ୍ତରୀଣ ସହ ପଶ୍ଚିମ ଓଡିଶା ପ୍ରଭାବିତ ହେବା ସମ୍ଭାବନା ରହିଛି। ପ୍ରବଳ ବର୍ଷା ପ୍ରଭାବରେ ତଳୁଆ ଅଞ୍ଚଳରେ ପାଣି ଜମିବା ସହ, ସହରୀ ବନ୍ୟା ପରିସ୍ଥିତି ଉପୁଜିବା ତଥା ଅଣ୍ଡର-ପାସ ରୋଡ଼ରେ ପାଣି ଜମିବା ସହ, ପାହାଡିଆ ଅଞ୍ଚଳରେ ଭୂସ୍ଖଳନ ହୋଇଥିବା ସୂଚନା ମିଳିଛି।  ଓଡିଶା ଉପକୂଳ ଏବଂ ତାର ଆଖ-ପାଖ ଅଞ୍ଚଳରେ ଝଡ ପବନ ଘଣ୍ଟା ପ୍ରତି ୪୫ ରୁ ୫୫ କିମି ସହ ସର୍ବାଧିକ ୬୫ କିମି ଯାଏଁ ରହିବା ସହ ସମୁଦ୍ର ଅତ୍ୟଧିକ ଅଶାନ୍ତ ରହୁଥିବାରୁ, ପ୍ରଶାସନ ପକ୍ଷରୁ ମତ୍ସ୍ୟଜୀବୀଙ୍କୁ ସଚେତନ କରାଯାଇଛି। ମତ୍ସ୍ୟଜୀବୀଙ୍କୁ ୧୫ ଯାଏଁ ସମୁଦ୍ରକୁ ଯିବାକୁ ମନା କରାଯାଇଛି।

Leave a Reply

Your email address will not be published. Required fields are marked *