୫ ଜିଲ୍ଲାରେ ଭିଷଣ ବର୍ଷା

ଆସନ୍ତା ୪୮ ଘଣ୍ଟା ରାଜ୍ୟରେ ପ୍ରବଳ ବର୍ଷା ହେବ । ପଶ୍ଚିମ କେନ୍ଦ୍ରୀୟ ଓ ସଂଲଗ୍ନ ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଅବପାତ ସୋମବାର ଗଭୀର ଅବପାତରେ ପରିଣତ ହୋଇଛି । ଘଣ୍ଟା ପ୍ରତି ୭ କିମି ବେଗ ଆଗକୁ ବଢ଼ୁଛି। ମଧ୍ୟାହ୍ନ ସୁଦ୍ଧା ପୁରୀ ଉପକୂଳ ଅତିକ୍ରମ କରିବା ସମ୍ଭାବନା। ୫ ଜିଲ୍ଲା ଭୀଷଣ ବର୍ଷା।୧୨ ଜିଲ୍ଲାରେ ପ୍ରବଳ ବର୍ଷିବନେଇ ଆଲର୍ଟ ଜାରି। ଏହା ପ୍ରଭାବରେ ଉପକୂଳ ଓଡ଼ିଶା ଓ ଆଭ୍ୟନ୍ତରୀଣ ଓଡ଼ିଶାରେ ଭୀଷଣ ବର୍ଷା ହେବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ଓଡ଼ିଶା ଉପକୂଳକୁ ଲାଗି ଉତ୍ତର ଓଡ଼ିଶା ଓ ପଶ୍ଚିମବଙ୍ଗ ଆଡ଼କୁ ଗତି କରୁଛି ଗଭୀର ଅବପାତ। ସୋମବାର ମଧ୍ୟାହ୍ନ ସୁଦ୍ଧା ପୁରୀ ଓ ଦୀଘା ମଧ୍ୟରେ ଏହା ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳ ଅତିକ୍ରମ କରିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି ।

ସୋମବାର ଓ ମଙ୍ଗଳବାର ଦୁଇ ଦିନ ରାଜ୍ୟରେ ଏହାର ପ୍ରଭାବ ଅଧିକ ରହିବ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି । ସୋମବାର ପୁରୀ, ଜଗତସିଂହପୁର, ଖୋର୍ଦ୍ଧା, କଟକ ଓ ଢେଙ୍କାନାଳରେ ଭୀଷଣ ବର୍ଷା ହୋଇପାରେ । ଏହି ୫ ଜିଲ୍ଲାରେ ୭୦ରୁ ୨୦୦ମିମି ପର୍ଯ୍ୟନ୍ତ ବର୍ଷା ହୋଇପାରେ । ଗଞ୍ଜାମ, କୋରାପୁଟ, କନ୍ଧମାଳ, ବଲାଙ୍ଗୀର, ବରଗଡ଼, ବୌଦ୍ଧ, ସୋନପୁର, ଯାଜପୁର, କେନ୍ଦ୍ରାପଡ଼ା, ସମ୍ବଲପୁର, ଅନୁଗୁଳ ଓ ନୟାଗଡ଼ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇପାରେ । ଏ ସବୁ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଦିଆଯାଇଛି ।

Naxatra News is now on Whatsapp

Join and get latest news update delivered to you via whatsapp

Join Now

Leave a Reply

Your email address will not be published. Required fields are marked *