ପ୍ରଚଣ୍ଡ ତାତି ନେଇ ୮ ଜିଲ୍ଲାପାଳଙ୍କୁ ଏସଆରସିଙ୍କ ଚିଠି

Spread the love

ରାଜ୍ୟରେ ପ୍ରଚଣ୍ଡ ତାତି ନେଇ ୮ ଜିଲ୍ଲାପାଳଙ୍କୁ ଚିଠି ଲେଖିଲେ ଏସଆରସି । ତାତି ମୁକାବିଲା ନେଇ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି ଏସଆରସି। ସୁନ୍ଦରଗଡ଼, ଝାରସୁଗୁଡ଼ା, ବରଗଡ଼, ସମ୍ବଲପୁର, ସୋନପୁର, ବଲାଙ୍ଗୀର, ବୌଦ୍ଧ ଓ ନୂଆପଡ଼ା ଜିଲ୍ଲା ପାଇଁ ଜାରି ହୋଇଛି ନିର୍ଦ୍ଦେଶନାମା । ଦିନ ୧୧ଟାରୁ ୩ଟା ପର୍ଯ୍ୟନ୍ତ ଶ୍ରମିକଙ୍କୁ ଘରୁ ନବାହାରିକୁ ପରାମର୍ଶ ଦିଆଯାଇଛି । ବାହାରକୁ ବାହାରିବା ସମୟରେ ମୁଣ୍ଡକୁ ଘୋଡ଼ାଇ ରଖିବା, ଓଦା କପଡ଼ା, ଛତା ଓ ଟୋପି ପିନ୍ଧିବାକୁ ପରାମର୍ଶ ଦିଆଯାଇଛି । ଏଥିସହ ପ୍ରଚୁର ପାଣି, ଓଆରଏସ, ଲସି, ତୋରାଣି, ଆଖୁରସ, ଲେମ୍ବୁ ପାଣି ପିଇବାକୁ ପରାମର୍ଶ ଦିଆଯାଇଛି ।

 ବିଶେଷକରି ଗର୍ଭବତୀ ଓ ମେଡିକାଲରେ କାର୍ଯ୍ୟରତ କର୍ମଚାରୀଙ୍କ ପ୍ରତି ଅଧିକ ଗୁରୁତ୍ୱ ଦେବାକୁ କୁହାଯାଇଛି ।ଅନ୍ୟପଟେ ପାଣିପାଗ ବିଭାଗର ସୂଚନା ମୁତାବକ, ଦୁଇ ଦିନ ତଳୁ ଓଡ଼ିଶା ଛୁଇଁଛି ମୌସୁମୀ । ହେଲେ ପାଗ ଅନୁକୁଳ ନଥିବାରୁ ରାଜ୍ୟରେ ସକ୍ରିୟ ହୋଇପାରୁନି ମୌସୁମୀ ବାୟୁ । ଆଗାମୀ ୫ ଦିନ ଯାଏଁ ଉତ୍ତର ଓ ଉପକୂଳ ଓଡ଼ିଶାରେ ଗ୍ରୀଷ୍ମ ପ୍ରବାହ ଓ ଗୁଳୁଗୁଳି ଜାରି ରହିବ । ଦିନ ତାପମାତ୍ରା ୨ରୁ ୩ ଡିଗ୍ରୀ ବଢ଼ିବା ନେଇ ଆକଳନ କରିଛି ଆଞ୍ଚଳିକ ପାଣିପାଗ ବିଭାଗ ।

Leave a Reply

Your email address will not be published. Required fields are marked *