ଭୁବନେଶ୍ଵର : ରାଜ୍ୟରେ ପ୍ରବଳ ଗ୍ରୀଷ୍ମପ୍ରବାହ ସାଙ୍ଗକୁ ଅସହ୍ୟ ଗୁଳୁଗୁଳି ଜାରୀ ରହିଛି । ଆଜି ଦିନ ୧୧ଟା ୩୦ ସୁଦ୍ଧା ରାଜ୍ୟର ୧୦ଟି ସହରରେ ତାପମାତ୍ରା ୩୩ ଡ଼ିଗ୍ରୀ ଉପରେ ରହିଛି । ଝାରସୁଗୁଡାରେ ତାପମାତ୍ରା ସର୍ବାଧିକ ୩୭.୬ ଡ଼ିଗ୍ରୀ ରେକର୍ଡ଼ ହୋଇଛି ।
ସେହିପରି ସମ୍ବଲପୁରରେ ୩୭.୪ ଡ଼ିଗ୍ରୀ, ଭୁବନେଶ୍ଵରରେ ୩୭ ଡ଼ିଗ୍ରୀ, ବାଲେଶ୍ଵରରେ ୩୭ ଡ଼ିଗ୍ରୀ, ହୀରାକୁଦରେ ୩୬.୮ ଡ଼ିଗ୍ରୀ, ଚାନ୍ଦବାଲିରେ ୩୫.୨ ଡ଼ିଗ୍ରୀ, କେନ୍ଦୁଝରରେ ୩୫.୪ ଡ଼ିଗ୍ରୀ, ଗୋପାଳପୁରରେ ୩୪.୮ ଡ଼ିଗ୍ରୀ, ପୁରୀରେ ୩୪ ଡ଼ିଗ୍ରୀ ଏବଂ ପାରାଦୀପରେ ତାପମାତ୍ରା ୩୩.୪ ଡ଼ିଗ୍ରୀ ରେକର୍ଡ଼ ହୋଇଛି । ଭୁବନେଶ୍ଵର ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଜାରୀ ହୋଇଥିବା ଏକ ଟ୍ଵିଟ୍ ରୁ ଏହି ସୂଚନା ମିଳିଛି ।
Naxatra News is now on Whatsapp
Join and get latest news update delivered to you via whatsapp
Join Now