ବର୍ଷାରେ ଭିଜିବ ଦୁର୍ଗାପୂଜା

ଭୁବନେଶ୍ୱର: ଏଥର ବର୍ଷାରେ ଭିଜିବ ଦୁର୍ଗାପୂଜା। ପୂଜା ଆରମ୍ଭରୁ ହିଁ ପ୍ରବଳ ବର୍ଷା ନେଇ ଆକଳନ କରିଛି ପାଣିପାଗ ବିଭାଗ। ପଶ୍ଚିମ କେନ୍ଦ୍ରୀୟ ପାର୍ଶ୍ୱବର୍ତ୍ତୀ ଆନ୍ଧ୍ର ଉପକୂଳ ସମୁଦ୍ର ମଧ୍ୟରେ ବାୟୁମଣ୍ଡଳର ୧.୫ କିମି ଯାଏଁ ସକ୍ରିୟ ରହିଛି ଘୂର୍ଣ୍ଣିବଳୟ। ଏହାର ପ୍ରଭାବରେ ରାଜ୍ୟରେ ବିଭିନ୍ନ ଅଞ୍ଚଳରେ ବିଜୁଳି ଘଡଘଡି ସହ ବର୍ଷା ଲାଗି ରହିଛି। ତେବେ ଅକ୍ଟୋବର ପହିଲାରୁ ଉପକୂଳ ଓଡିଶାରେ ପ୍ରବଳ ବର୍ଷା ହେବା ନେଇ ଆକଳନ କରିଛି ପାଣିପାଗ ବିଭାଗ। ୨ ଅକ୍ଟୋବର ସପ୍ତମୀ ପୂଜାରେ ଉପକୂଳ ଓଡିଶାର ୧୧ଜିଲ୍ଲାକୁ ପ୍ରବଳ ବର୍ଷା ସମ୍ଭାବନା ପାଇଁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ୨ରେ ଉତ୍ତର ଆଭ୍ୟନ୍ତରୀଣ ଓଡିଶାର କେନ୍ଦୁଝର, ମୟୁରଭଞ୍ଜ ସମେତ ଢେଙ୍କାନାଳ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ୩ ଅକ୍ଟୋବର ଅର୍ଥାତ ଅଷ୍ଟମୀରେ ପ୍ରବଳରୁ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ପୂଜା ରାଜ୍ୟରେ ପ୍ରବଳ ବର୍ଷା ନେଇ ଆକଳନ କରିଛି ପାଣିପାଗ କେନ୍ଦ୍ର। ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ କନ୍ଧମାଳ, ବୌଦ୍ଧ, ଅନୁଗୁଳ, ଢେଙ୍କାନାଳ, କଟକ, ଖୋର୍ଧା, ଜଗତସିଂହପୁର, ପୁରୀ ଜିଲ୍ଲାକୁ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି।