ପାଣିପାଗ ଓ ପରିବେଶ
୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ମୌସୁମୀ ବାୟୁ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଜାରି। ଆଜି ପାଇଁ ୨୦ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ଉପକୂଳ ଓଡିଶା ଏବଂ ଏହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳର ୫.୮ କିଲୋମିଟର ଇଚ୍ଚତାରେ ସକ୍ରିୟ ରହିଛି। କାଲିଠୁ ୩ ଦିନ ଯାଏ ଅଧିକାଂଶ ସ୍ଥାନରେ ପ୍ରବଳ ବର୍ଷା ହେବା ସହ କାଳବୈଶାଖୀର ସମ୍ଭାବନା ରହିଥିବା ବେଳେ ଆଗାମୀ ୧୧ ଟି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛ। ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅର୍ଥାତ୍ ଜୁଲାଇ ୧ ତାରିଖ , ଶୁକ୍ରବାର ମଧ୍ୟାହ୍ନ ସୁଦ୍ଧା ରାଜ୍ୟର ଗଜପତି, କନ୍ଧମାଳ, ନୟାଗଡ, ଖୋର୍ଦ୍ଧା, କଟକ, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ, କେନ୍ଦୁଠର, ମୟୂରଭଞ୍ଜ ଓ ସୁନ୍ଦରଗଡ ସମେତ ବର୍ଷା ସହ ବ୍ରଜାପାତ ହେବାର ସମ୍ଭାବନା ରହିଛି।
- ଶୁଭଲକ୍ଷ୍ମୀ ସାହୁଙ୍କ,ରିପୋର୍ଟ