୬ ଜିଲ୍ଲାରେ ଅତି ପ୍ରବଳ ବର୍ଷା ସମ୍ଭାବନା

Spread the love

ଭୁବନେଶ୍ୱର : ରାଜ୍ୟରେ ମୌସୁମୀ ପ୍ରବାହ ସ୍ୱାଭାବିକ ରହିଛି । ଏହାର ପ୍ରଭାବରେ ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । କିଛି ଜିଲ୍ଲାରେ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି ।

ପାଣିପାଗ କେନ୍ଦ୍ର ପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ୨୪ ଘଣ୍ଟା ମଧ୍ୟରେ ଅତି ପ୍ରବଳ ବର୍ଷା ନେଇ ୬ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାଗୁଡିକ ହେଲା ନୂଆପଡ଼ା, ବଲାଙ୍ଗୀର, ବରଗଡ଼, ଝାରସୁଗୁଡ଼ା ସମ୍ବଲପୁର ଓ ସୁନ୍ଦରଗଡ । ସେହିପରି ପ୍ରବଳ ବର୍ଷା ପାଇଁ ଅନ୍ୟ ୧୩ ଜିଲ୍ଲାକୁ ପାଣିପାଗ ବିଭାଗ ପକ୍ଷରୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି । ଏହି ଜିଲ୍ଲା ଗୁଡିକ ହେଲା ଦେବଗଡ, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ, ସୋନପୁର, ବୌଦ୍ଧ, କଳାହାଣ୍ଡି, କନ୍ଧମାଳ, ଗଜପତି, ରାୟଗଡା, ନବରଙ୍ଗପୁର, ମାଲକାନଗିରି ଓ କୋରାପୁଟ ।

ସେହିପରି ୭ ରୁ ୮ ତାରିଖ ମଧ୍ୟରେ ଝାରସୁଗୁଡା, ସମ୍ବଲପୁର, ବରଗଡ, ସୋନପୁର, ଦେବଗଡ, ସୁନ୍ଦରଗଡ, କେନ୍ଦୁଝର ଓ ମୟୁରଭଞ୍ଜ ଜିଲ୍ଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ଜିଲ୍ଲାଗୁଡିକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।

Leave a Reply

Your email address will not be published. Required fields are marked *