ଭୁବନେଶ୍ୱର : ସମଗ୍ର ରାଜ୍ୟରେ ଗ୍ରୀଷ୍ମପ୍ରବାହ ଓ ଗୁଳୁଗୁଳି ଜାରି ରହିଛି । ତେବେ, ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ଜିଲ୍ଲାରେ ବିଜୁଳି ଘଡଘଡି ସହ କାଳବୈଶାଖୀ ଜନିତ ବର୍ଷା ହେବାର ସମ୍ଭାବନା ରହିଛି । ଏହାସହ କିଛି ଜିଲ୍ଲାରେ ପବନର ବେଗ ଘଂଟା ପ୍ରତି ୩୦ରୁ ୪୦ କିମି ମଧ୍ୟରେ ରହିବ । ଭୁବନେଶ୍ୱର ସ୍ଥିତ ଆଂଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ସୂଚନା ଦିଆଯାଇଛି ।
ପାଣିପାଗ କେନ୍ଦ୍ରପକ୍ଷରୁ ଜାରି ସତର୍କ ସୂଚନା ଅନୁଯାୟୀ ଆସନ୍ତା ୨୪ ଘଂଟା ମଧ୍ୟରେ, କିଛି ଜିଲ୍ଲାରେ ଘଂଟା ପ୍ରତି ୩୦- ୪୦ କିମି ବେଗରେ ପବନ ବହିବା ସହ ବଜ୍ରପାତ, ଘଡ଼ଘଡ଼ି ସହ ଘୂର୍ଣ୍ଣିଝଡ଼ ବା କାଳବୈଶାଖୀ ହେବାର ସମ୍ଭାବନା ରହିଛି । ଏଥିପାଇଁ ୧୦ ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାଗୁଡିକ ହେଲା ଗଜପତି, ଗଞ୍ଜାମ, କନ୍ଧମାଳ, ରାୟଗଡ଼ା,କୋରାପୁଟ ,ପୁରୀ, ନୟାଗଡ଼, ଖୋର୍ଦ୍ଧା, କଟକ ଓ ଜଗତସିଂହପୁର ।
ସେହିପରି ୨ ରୁ ୩ ତାରିଖ ମଧ୍ୟରେ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ଜିଲ୍ଲାଗୁଡିକ ହେଲା କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଗଂଜାମ ଓ ଗଜପତି ।
Naxatra News is now on Whatsapp
Join and get latest news update delivered to you via whatsapp
Join Now